November 26, 2024

ଜିଲ୍ଲାସ୍ତରୀୟ ନୂଆଖାଇ ଭେଟଘାଟ – ୨୦୨୪ : ସମ୍ବଲପୁରୀ ନୃତ୍ୟରେ ଝୁମିଲେ …

Share

ଜିଲ୍ଲାସ୍ତରୀୟ ନୂଆଖାଇ ଭେଟଘାଟ – ୨୦୨୪ : ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ , ପାରଳାଖେମୁଣ୍ଡି / ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ – ୨୦୨୪ କାର୍ଯ୍ୟକ୍ରମ ସ୍ଥାନୀୟ ନଗର ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଡ. ଗୁଣନିଧି ନାୟକ, ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର, ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ , ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଓଡ଼ିଆ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ମଞ୍ଚକଳାର ଆଦର୍ଶ ଦାସ ଏବଂ ଅନୁଷ୍ଠାନର ସଭାପତି ନୃସିଂହ ଚରଣ ପଟ୍ଟନାୟକ ଯୋଗ ଦେଇ ନୂଆଁଖାଇ ଭେଟଘାଟ ବିଷୟରେ ଆଲୋକପାତ କରିଥିଲେ।

ଅନୁଷ୍ଠାନର ସମ୍ପାଦକ ବାଳକୃଷ୍ଣ ପାଣିଗ୍ରାହୀ ସମ୍ପାଦକୀୟ ବିବରଣୀ ଉପସ୍ଥାପନା କରିଥିଲେ। ମଞ୍ଚାସିନ ଅତିଥି ମାନେ ନିଜ ବକ୍ତବ୍ୟରେ ଆୟୋଜକ ଅନୁଷ୍ଠାନ ଓ ସଂସ୍କୃତି ପରିଷଦର ଏହି ଉଦ୍ୟମକୁ ସାଧୁବାଦ ଜଣାଇବା ସହ ଯଦିଓ ଏହା ପଶ୍ଚିମ ଓଡ଼ିଶାର ଗଣପର୍ବ ହୋଇଥିଲେ ମଧ୍ୟ ଉପାନ୍ତ ପାରଳାଖେମୁଣ୍ଡିରେ ପାଳନ କରାଯାଉ ଥିବାରୁ ସେମାନେ ଆନନ୍ଦିତ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ପାରଳାର ଅଗ୍ରଣୀ ଅନୁଷ୍ଠାନ ଭକ୍ତି ସଙ୍ଗୀତ ସଂସଦର ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ।

ଏଥି ସହ ପାରଳାର ନୃତ୍ୟ ଭିତ୍ତିକ ଅନୁଷ୍ଠାନ ଶ୍ରୀ ଜଗନ୍ନାଥ ଓଡ଼ିଶୀ କଳା କେନ୍ଦ୍ର , ସମଲେଇ ନୃତ୍ୟକଳା ପରିଷଦ , ପଦାମୃତ ନୃତ୍ୟାୟନ ଓ ମିରାକଲ ଡ୍ୟାନ୍ସ ଅନୁଷ୍ଠାନ ପ୍ରଭୃତି ଆକର୍ଷଣୀୟ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ଅମୁଲ୍ୟ ପାଣିଗ୍ରାହି ସ୍ୱାଗତ ସମ୍ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ସାଂସ୍କୃତିକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସମସ୍ତ କାର୍ଯ୍ୟକ୍ରମ କୁ ଡି.ମୋହନ ରାଓ , ରାଜେନ୍ଦ୍ର ରଥ , ରଘୁନାଥ ପଟ୍ଟନାୟକ , ଡି. ପ୍ରିୟଙ୍କା , ସ୍ୱର୍ଣ୍ଣଲତା , ପାତ୍ର , ସ୍ନିଗ୍ଧାରାଣୀ ମିଶ୍ର , ଆରୁପାଞ୍ଜଳି ମହାନ୍ତି , ସୁଧା ରଞ୍ଜନ ପଟ୍ଟନାୟକ , ହରିହର ପଟ୍ଟନାୟକ , ସନ୍ତୋଷ ପାଟ୍ଟଯୋଶୀ ପ୍ରଭୃତି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ କରିଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.