November 26, 2024

ମୋଧାବୀ ଛାତ୍ର ଆଲୋକର ବିୟୋଗରେ ସହପାଠୀ ଓ ବିଦ୍ୟାଳୟ ତରଫରୁ ଶୋକ ଶୋଭାଯାତ୍ରା ।

Share

 

ବେଲଗୁଣ୍ଠା -୧୯/୯-ବେଲଗୁଣ୍ଠା ଅଳିଆ ସାହିର ସୁର୍ଯ୍ୟ ଜେନାଙ୍କ ପଢୁଆ ପୁଅ ତଥା ନୋଡାଲ୍ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟର ଏନ୍.ସି.ସି ଲିଡର୍ ଦଶମ ଶ୍ରେଣୀ ଛାତ୍ର ଆଲୋକ ଜେନାଙ୍କ ଗତ ୧୬ ତାରିଖ ଦିନ ଏକ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଥିଲା । ଆଲୋକ ଜଣେ ମେଧାବୀ ଛାତ୍ର ରହିଥିବା ବେଳେ ଏନ୍.ସି.ସି କ୍ୟାଡେଟ ଭାବେ ମଧ୍ୟ ନିଜର ପରକାଷ୍ଠା ଦେଖାଇଥିଲେ । କେବଳ ସେତିକି ନୁହେଁ ନିଜ ନାମ ପରି ମୃତ୍ୟୁ ପରେ ମଧ୍ୟ ତାଙ୍କ ପରିବାର ଦ୍ୱାରା ଆଲୋକ ଙ୍କ ଚକ୍ଷୁ ଦାନ କରି ଆମର ହୋଇଗଲେ ବୋଲି ବେଲଗୁଣ୍ଠା ବାସି ମତ ଦେଇଛନ୍ତି ।ତାଙ୍କର ବିୟୋଗ ତାଙ୍କ ସହପାଠୀ ତଥା ବିଦ୍ୟାଳୟ ପାଇଁ ଗୋଟିଏ ଅପୂରଣୀୟ କ୍ଷତି ।ଏହି ଅବସରରେ ଆଜି ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସହିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଆଲୋକ ଙ୍କ ଉଦ୍ଦେଶ୍ୟରେ ଏକ ଶୋକ ଶୋଭାଯାତ୍ରା କରିଥିଲେ ।ଏହା ବିଦ୍ୟାଳୟ ଠାରୁ ଆରମ୍ଭ ହୋଇ ଆଲୋକଙ୍କ ବାସଭବନରେ ସମାପ୍ତ ହୋଇଥିଲା । ଏଥିରେ ଜିଟି ହାଇସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ପ୍ରତିମା ମହାରଣା ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ସାମିଲ୍ ହୋଇଥିଲେ ।

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.