November 26, 2024

ଅନ୍ତର୍ଲା ଗ୍ରାମ ରେ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ 

Share

 

 

ପଦ୍ମପୁର : (ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଦହିଗାଁ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର ଅନ୍ତର୍ଗତ ଅନ୍ତର୍ଲା ଗ୍ରାମ ରେ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ ହୋଇଥିଲା l ଏହି ଶିବିର ରେ ଗୋଷ୍ଠୀ ସ୍ଵlସ୍ଥ ଅଧିକାରୀ ଶ୍ରୀ ସୁସିମ ଅମିତାଭ ସେଠ, ଆୟୁଷ ଡାକ୍ତର ବିଜୟ ରାଉତ, ANM ଲୀଳାବତୀ ବରିହା, ଆଶା ଜୟନ୍ତୀ ବରିହା, ଅଙ୍ଗନୱାଡି ଦିଦି ଉର୍ମିଳା ବରିହା ଉପସ୍ଥିତ ଥିଲେ l ବିଭିନ୍ନ ରୋଗ ର ପରୀକ୍ଷା ଓ ତାର କିପରି ଉପଚାର କରିବେ ସେହି ବିଷୟରେ ଲୋକ ଙ୍କୁ ପରାମର୍ଶ ଦିଆଯାଇଥିଲା l ସୁସ୍ଥ ଜୀବନ ଶୈଳୀ ଓ କୁଇଚ କଂପିଟିସନ କରାଯାଇଥିଲା ଏଥିରେ ପ୍ରଥମ ସ୍ଥାନ ଶ୍ରୀମତୀ ପିଙ୍କି ସାହା, ଦ୍ୱିତୀୟ ସ୍ଥାନ ଶ୍ରୀମତୀ ଦମୟନ୍ତୀ ବାଗ, ତୃତୀୟ ସ୍ଥାନ ଶ୍ରୀମତୀ ସୁଷମା ବରିହା ରେ ଉତ୍ତୀନ୍ନ ହୋଇଥିଲେ l ଗ୍ରାମାଞ୍ଚଳ ର ଲୋକ ମାନେ ଏହି ଶିବିର ଦ୍ଵାରା ମାଗଣା ରୋଗ ପରୀକ୍ଷା ଓ ଔଷଧ ପାଇ ପାରୁଛନ୍ତି l

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.