November 26, 2024

ମୋହନା ଶିଶୁ ବିକାଶ ପକ୍ଷରୁ ପୋଷଣ ମାହ ବୈଠକ ଅନୁଷ୍ଠିତ —

Share

ଗଜପତି ଜିଲ୍ଲା ମୋହନା ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପୋଷଣ ମାହ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁ ବିକାଶ ବିଭାଗ ଯେଉଁ କାର୍ଯ୍ୟକ୍ରମ କରୁଛି ତାହା ଆଗାମୀ ଭବିଷ୍ୟତ ସହ ଶିଶୁ ଏବଂ ମହିଳା ମାନଙ୍କ ଶାରୀରିକ ଅଭିବୃଦ୍ଧି ସହ ଶିଶୁ ଓ ମାଁ ମାନଙ୍କ ମୃତ୍ୟୁ ହାର କମିବା ସହ ଅପପୃଷ୍ଟି ରୋକିବାରେ ସହାୟକ ହେବା ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିବା ପ୍ରକାଶ କରିବା ସହ ଅଙ୍ଗନୱାଡ଼ି କର୍ମୀ ଏବଂ ଅଧିକାରୀ ମାନେ ସ୍ଵତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ନିମନ୍ତେ ଉପଦେଶ ଦେଇଥିଲେ। ଏହି ବୈଠକରେ ବିଡିଓ ରାଜୀବ ଦାସ, ଜିଲ୍ଲା ଶିଶୁ ବିକାଶ ବିଭାଗ ଅଧିକାରୀ, ସିଡ଼ିପିଓ ସବିତା ପଟ୍ଟନାୟକ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ, ସ୍ଵେଚ୍ଛାସେବୀ ସଂସ୍ଥା, ବ୍ଲକ ଉପାଧ୍ୟକ୍ଷା ବାଲ୍ମିନା ଅଧିକାରୀ ଙ୍କ ସମେତ ଅଙ୍ଗନୱାଡ଼ି କର୍ମୀ ପ୍ରମୁଖ ଉପସ୍ଥିତ ରହି ପୋଷଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.