April 30, 2026

ଉଦ୍ଭିଦ ବିଜ୍ଞାନ ବିଭାଗର ଅଭିଭାବକ-ଶିକ୍ଷକ ସଂଘ ବୈଠକ 

IMG-20240923-WA0022
Share

ବୁଗୁଡ଼ା : ତା ୨୩/୦୯/୨୪ : ସ୍ଥାନୀୟ ପିପୁଲ୍ସ କଲେଜର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବପରିସରରେ ଅଭିଭାବକ-ଶିକ୍ଷକ ସଂଘର ଏକଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ବୈଠକରେ ପରିଚାଳନା କମିଟି ସଭାପତି ରଜନୀକାନ୍ତ ଭଟ୍ଟ, ବିଭାଗୀୟ ମୁଖ୍ୟ ଅଧ୍ୟାପକ ଜୟରାମ ବିଷୋୟୀ, ଅଧ୍ୟାପିକା ଅନୀତା ଦେବୀ, ଅଧ୍ୟାପକ ଦିଲ୍ଲୀପ କୁମାର ସାହୁ ଏବଂ ବିଭାଗୀୟ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଯୋଗ ଦେଇଥିଲେ । ଉକ୍ତ ବୈଠକ କାଳରେ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ଓ ବୌଦ୍ଧିକ ବିକାଶରେ ଅଭିଭାବକ ଏବଂ ଶିକ୍ଷକଙ୍କ ଆବଶ୍ୟକୀୟ ଭୂମିକା ସମ୍ପର୍କେ ବ୍ୟାପକ ଆଲୋଚନା କରାଯାଇଥିଲା । ଏଥି ସହ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ସର୍ବନିମ୍ନ ଉପସ୍ଥାନ ୭୫% ଜରୁରୀ ହେତୁ ଅହେତୁକ ଅନୁପସ୍ଥିତି ପ୍ରତି କଡା ଆଭିମୁଖ୍ୟ ଗ୍ରହଣ ନିମନ୍ତେ ସର୍ବସମ୍ମତି ପ୍ରକାଶ ପାଇଥିଲା । ଏ ଅବସରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଆବଶ୍ୟକୀୟ ଶ୍ରେଣୀ କକ୍ଷର ଅଭାବ ନେଇ ଉଦବେଗ ପ୍ରକାଶ ପାଇଥିଲା । ଉକ୍ତ ବୈଠକରେ ଆଶାନୁରୂପକ ଅଭିଭାବକ ଉପସ୍ଥିତ ରହି ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ପରିଶେଷରେ ଡେମୋନଷ୍ଟେଟର୍ ସୁଶାନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

You may have missed