November 26, 2024

ବ୍ଲକ ସ୍ତରୀୟ ବିଜ୍ଞାନ ପାଠଚକ୍ର ଅନୁଷ୍ଠିତ 

Share

ବୁଗୁଡା : ତା ୨୩/୦୯/୨୪ : ସ୍ଥାନୀୟ ପିପୁଲ୍ସ ହାଇସ୍କୁଲରେ ବୁଗୁଡା ବ୍ଲକ ସ୍ତରୀୟ ବିଜ୍ଞାନ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କାଳି ଚରଣ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବିଇଓ ଚିନ୍ମୟ ମହାପାତ୍ର ଉଦଘାଟନ କରିଥିଲା ବେଳେ ଏଥିରେ ୨୧ଟି ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରତିଯୋଗୀ ଭାବେ ଅଂଶ ଗ୍ରହଣ କରିଥିଲେ ଏବଂ ପାଠଚକ୍ରର ଶିରୋନାମା ” ଆର୍ଟିଫିସ୍ଆଲ୍ ଇଣ୍ଟେଲିଜେନ୍ସ : ପୋଟେନସଲ୍ ଆଣ୍ଡ୍ କନସର୍ଣ୍ଣସ୍ ” ରହିଥିଲା । ଏଥିରେ ବିଚାରକ ଭାବେ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ଯାପକ ଜ୍ଞାନଚାନ୍ଦ ଗୌଡ ଓ କାହ୍ନୁ ଚରଣ ଦାସ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ଚୟନ କରିଥିଲା ବେଳେ ପିପୁଲ୍ସ ହାଇସ୍କୁଲର ଛାତ୍ର ରାଜବୀର ମିଶ୍ର-ପ୍ରଥମ, ବିରଞ୍ଚିପୁର ରାଧାକୃଷ୍ଣ ହାଇସ୍କୁଲର ଛାତ୍ରୀ ଦିବ୍ଯାଙ୍ଗିନୀ ବେବର୍ତ୍ତା-ଦ୍ବିତୀୟ ଓ କରସିଙ୍ଗି ଉନ୍ନିତ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୂଜା ନାୟ ନାୟକ-ତୃତୀୟ ସ୍ଥାନ ହାସଲ କରିଥିଲେ। ଆଲୋଚନା ଚକ୍ରର ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ବେଳେ ଶୀର୍ଷାନୁକ୍ରମରେ କୃତି ପ୍ରତିଭାଗୀ ତ୍ରୟଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ପରିଶେଷରେ ବିଜ୍ଞାନ ଶିକ୍ଷକ ପ୍ରଶାନ୍ତ କୁମାର ଗୌଡ ଧନ୍ୟବାଦ ଅର୍ପଣ କରିଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.