November 26, 2024

ଜିଲ୍ଲା ସ୍ତରୀୟ ବିଶ୍ଵ ପର୍ଯ୍ୟଟନ ଦିବସ ପାଳିତ : ଛାତ୍ରଛାତ୍ରୀଙ୍କୁ ନେଇ ଆୟୋଜିତ ହେଲା କୁଇଜ ପ୍ରତିଯୋଗିତା

Share

 

 

ବରଗଡ଼ : ୨୭.୦୯(ଜୟନ୍ତ କୁମାର ସେଠ)ବିଶ୍ଵ ପର୍ଯ୍ୟଟନ ଦିବସ ଅବସରରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ଦ୍ଵାରା ସ୍ଥାନୀୟ ସଂସ୍କୃତି ଭବନଠାରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସାଧାରଣ ସଭା ଏବଂ କୁଇଜ ପ୍ରତିଯୋଗିତା ଆୟୋଜିତ ହୋଇଛି । ପର୍ଯ୍ୟଟନ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ସିଂଙ୍କ ନେତୃତ୍ଵରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥିଭାବେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲା, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ତାହିର ହୁସେନ ଏବଂ ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପଣ୍ଡା ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ପର୍ଯ୍ୟଟନ ଦିବସ ପାଳନର ତାତ୍ପର୍ଯ୍ୟ ବୁଝାଇବା ସହ ବରଗଡ ଜିଲ୍ଲାରେ ଲୁକ୍କାୟିତ ଭାବେ ଥିବା ପର୍ଯ୍ୟଟନ ସ୍ଥଳ ଗୁଡିକୁ ସୋସିଆଲ ମେଡିଆ ମାଧ୍ୟମରେ ଲୋକଲୋଚନକୁ ଆଣିବା ଏବଂ ପର୍ଯ୍ୟଟନ ସ୍ଥଳକୁ ସଫା ରଖିବାକୁ କହିଥିଲେ ।ଏହି ଅବସରରେ ଆୟୋଜିତ ହୋଇଥିବା କୁଇଜ ପ୍ରତିଯୋଗିତାକୁ କୁଇଜ ମାଷ୍ଟର ଶ୍ରୀମତୀ ସୁଷମା ଦାଶ ଏବଂ ଶ୍ରୀମତୀ ସୁଜାତା ମଲ୍ଲିକ ପରିଚାଳନା କରିଥିଲେ l ପ୍ରତିଯୋଗିତାରେ କନିଷ୍ଠ ବିଭାଗରେ ୧୩ ଗୋଟି ବିଦ୍ୟାଳୟ ଏବଂ ବରିଷ୍ଠ ବିଭାଗରେ ୯ ଗୋଟି ମହାବିଦ୍ୟାଳୟରୁ ଜଣେ ଲେଖାଏଁ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । କନିଷ୍ଠ ବିଭାଗରେ ସ୍ଵାଗତ ଦେବତା ପ୍ରଥମ, ମୋନାଲିସା ସାହୁ ଏବଂ ବବିତା ରଥ ଦ୍ଵିତୀୟ, ରେଖା ମେହେର ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ବରିଷ୍ଠ ବିଭାଗରେ ଦେବାଶିଷ ମିଶ୍ର ପ୍ରଥମ, ତାପସ ପଧାନ ଦ୍ଵିତୀୟ ଏବଂ ଶୁଭ୍ରାଂଶୁ କୁମାର ତ୍ରିପାଠୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.