March 10, 2026

ତନରଡ଼ା କ୍ଲଷ୍ଟରସ୍ତରୀୟ ସୁରଭି ଉତ୍ସବ -2024

IMG-20240930-WA0038
Share

 

ବେଲଗୁଣ୍ଠା, 30/09, ବେଲଗୁଣ୍ଠା ବ୍ଳକ୍ ତନରଡ଼ା ସ୍ଥିତ ଆର୍ଯ୍ୟକନ୍ୟା ଗୁରୁକୁଳ ଠାରେ ତନରଡ଼ା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ତନରଡା ସିଆସିସି ମନୋଜ କୁମାର ପଟ୍ଟନାୟକଙ୍କ ଆବାହନ କ୍ରମ ଆର୍ଯ୍ୟକନ୍ୟା ଗୁରୁକୂଳ ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ସେଠିଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ମନୋଜ କୁମାର ପଟ୍ଟନାୟକ ଯୋଗ ଦେଇଥିଲେ I ସେହିପରି ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରତିଭା ରଥ,ଭାଗ୍ୟ ଲତା ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡାକ୍ତର ପୋଲେଇ, ସମାଜସେବୀ ଶୁଳପାଣି ଶତପଥୀ,ଜିଟି ହାଇସ୍କୁଲ୍ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ମହାରଣା ପ୍ରମୁଖ ଯୋଗ ଦେଇଥିଲେ I ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ I ସିଆରସିସି ମନୋଜ ପଟ୍ଟନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସେଠି ଧନ୍ୟବାଦ ଅର୍ପଣ କରିଥିଲେ I ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ର ଛାତ୍ରୀମାନକୁ ପୁରସ୍କୃତ କରାଯାଇଥିଲା I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ