November 26, 2024

ଉମରକୋଟ ଅନ୍ତର୍ଗତ ବାଟିବେଡା ଠାରେ ମିଶନ ସକ୍ଷମ ଅଙ୍ଗନବାଡି କେନ୍ଦ୍ର ଉଦଘାଟିତ………

Share

ଉମରକୋଟ :- (ଏମ୍.ଦିନା°ଶୁ ଆଚାରୀ) ଉମରକୋଟ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ମିଶନ ସକ୍ଷମ ଅଙ୍ଗନବାଡି କେନ୍ଦ୍ର ଉଦଘାଟନ ହୋଇଯାଇଛି। ଏହି ଅବସରରେ ବ୍ଲକର ଭାମିନି ପଞ୍ଚାୟତ ଅନ୍ତର୍ଗତ ବାଟିବେଡା ଅଙ୍ଗନବାଡି କେନ୍ଦ୍ର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ଉମରକୋଟ ବ୍ଲକ ଅଧ୍ୟକ୍ଷା ସୁଶୀଳା ମାଝି, ଭାମିନି ସରପଞ୍ଚ , ସମିତି ସଭ୍ଯା ପ୍ରମୁଖ ଯୋଗଦେଇଥିଲେ । ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ସଂଯୁକ୍ତା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉମରକୋଟ ବ୍ଲକ ଓ ପୌରାଞ୍ଚଳର ମୋଟ ୩୨୩ ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ ୬୩ ଟି କେନ୍ଦ୍ରକୁ ସକ୍ଷମ ଅଙ୍ଗନବାଡି କେନ୍ଦ୍ର ଭାବେ ପରିଗଣିତ କରାଯାଇଥିବା ବେଳେ ସେଥିରୁ ବ୍ଲକର ୨୦ ଟି ଓ ପୌରାଞ୍ଚଳର ଗୋଟିଏ କେନ୍ଦ୍ର ଆଜି ଉଦଘାଟନ ହୋଇଛି। ଦେଶର ମହିଳା ଓ ଶିଶୁମାନଙ୍କୁ ସଶକ୍ତ କରିବା ନିମନ୍ତେ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ତିନୋଟି ନୂତନ ଅଭିଯାନ ଆରମ୍ଭ କରିଛି। ସେଥିରେ ରହିଛି ମିଶନ ସକ୍ଷମ ଅଙ୍ଗନବାଡି ଓ ପୋଷଣ ୨.୦, ମିଶନ ଶକ୍ତି, ମିଶନ ବାତ୍ସଲ୍ୟ । ମିଶମ ସକ୍ଷମ ଅଙ୍ଗନବାଡି ଓ ପୋଷଣ ୨.୦ ମହିଳା ଓ ଶିଶୁଙ୍କ ସମ୍ପୂର୍ଣ୍ଣ ପୋଷ୍ଟିକତା ସୁନିଶ୍ଚିତ କରିବାକୁ ଥିବାବେଳେ ମିଶନ ଶକ୍ତି, ମହିଳା ସୁରକ୍ଷା, ଥଇଥାନ ଓ ସଶକ୍ତିକରଣ ଉପରେ ବ୍ୟାପକ ସମାଧାନର ପନ୍ଥା ବାହାର କରିବ । ମିଶନ ବାତ୍ସଲ୍ୟ ଶିଶୁ କଲ୍ୟାଣ ଓ ବିକାଶ ସହ ସେମାନଙ୍କ ନିରାପତ୍ତା ମଧ୍ୟ ସୁନିଶ୍ଚିତ କରିବ। ଏହି କାର୍ଯ୍ୟକ୍ରମ କେବଳ ହାସଲ ହୋଇଥିବା ସଫଳତାକୁ ନେଇ ଉତ୍ସବ ମୁଖର ନ ହୋଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଦ୍ୱାରା ମହିଳା ଓ ଶିଶୁ ବିକାଶ ଓ ସଶକ୍ତିକରଣ ଉପରେ ନିଆଯାଉଥିବା ନିରବଚ୍ଛିନ୍ନ ପ୍ରୟାସ ଓ ଅଙ୍ଗୀକାରବଦ୍ଧତା କାର୍ଯ୍ୟକ୍ରମ ଉପରେ ମଧ୍ୟ ଆଲୋକପାତ କରାଯାଇଛି ବୋଲି ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ସଂଯୁକ୍ତା ବେହେରା ପ୍ରକାଶ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡ ଠାରେ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଥିବା ବେଳେ ଏହାର ସିଧା ପ୍ରସାରଣ କରାଯାଇଥିଲା। ଏଥିରେ ସୁପରଭାଇଜର ବବିତା ବେହେରା ଯୋଗଦେଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed