November 26, 2024

“ସ୍ବଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ ଉଦଯାପିତ 

Share

ବୁଗୁଡା : ତା ୦୨/୧୦/୨୪ : ଗତ ସେପ୍ଟେମ୍ବର ୧୭ ତାରିଖ ଦିନଠୁ ବୁଗୁଡା ଏନ୍ଏସି ପକ୍ଷରୁ ଆରମ୍ଭ ହୋଇଥିବା “ସ୍ବଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି। ସ୍ଥାନୀୟ ଏନ୍ଏସି କଲ୍ଯାଣୀ ମଣ୍ଡପ ପରିସରରେ ଆୟୋଜିତ ଉଦଯାପନୀ ଉତ୍ସବରେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଏଟିଓ ସୁନନ୍ଦ ଶେଖର ସାହାଣି ଅଧ୍ୟକ୍ଷତା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ ଓ ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ, ସିଡିପିଓ ବବିତା କୁମାରୀ ପଣ୍ଡା, ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ରଙ୍କ ସମେତ କାଉନସିଲରମାନେ ଯୋଗ ଦେଇ ସ୍ବଚ୍ଛତା ରକ୍ଷା ସମ୍ପର୍କେ ସ୍ବ ସ୍ବ ବକ୍ତବ୍ୟ ପ୍ରଦାନ କରିଥିଲେ। ଏ ଅବସରରେ ପୂର୍ବରୁ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆୟୋଜିତ ପ୍ରତିଯୋଗିତା ଗୁଡିକର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥି ସହ ଏନ୍ଏସିରେ କାର୍ଯ୍ୟରତ ସଫେଇ କର୍ମଚାରୀଙ୍କୁ ରେନ୍ କୋଟ୍ ଏବଂ ସ୍ବଚ୍ଛ ସାଥୀଙ୍କୁ ଜ୍ଯାକେଟ୍ ପ୍ରଦାନ କରାଯାଇଥିଲା। ସିଏମ୍ଏମ ଶିବୁ ପ୍ରସାଦ ରାଉତରାୟଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମକୁ ସାନିଟେସନ ଏକ୍ସପର୍ଟ ମୁନା ଗୌଡ ଓ ସୁପରଭାଇଜର ରାଜେନ୍ଦ୍ର ପ୍ରଧାନ ପରିଚାଳନା କରିଥିବା ବେଳେ ପରିଶେଷରେ ମୁକ୍ତା ପ୍ରକଳ୍ପ ସଂଯୋଜକ ସର୍ବେଶ୍ବର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed