November 26, 2024

ବ୍ରେନ୍ ଟ୍ୟୁମର୍ ଆକ୍ରାନ୍ତ ଛାତ୍ରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବୀ

Share

ବେଲଗୁଣ୍ଠା, 04/10, ବେଲଗୁଣ୍ଠା ଏନ୍ଏସି ଅନ୍ତର୍ଗତ କୋଳିସାହି ବାସିନ୍ଦା ଭି ବାପି ପାତ୍ରଙ୍କ ଝିଅ ପ୍ରିୟଙ୍କା ପାତ୍ର (15) ଦଶମ ଶ୍ରେଣୀରେ ପାଠ ପଢନ୍ତି I କିଛି ଦିନ ତଳେ ପ୍ରିୟଙ୍କାଙ୍କ ମସ୍ତିଷ୍କ ଯନ୍ତ୍ରଣା ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲ୍ ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା I ବିଭିନ୍ନ ପରୀକ୍ଷାନିରୀକ୍ଷା ପରେ ପ୍ରିୟଙ୍କା ବ୍ରେନ୍ ଟ୍ୟୁମର୍ ରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା I ପ୍ରିୟଙ୍କାଙ୍କ ପରିବାର ଗରିବ ମଧ୍ୟବିତ୍ତ ଶ୍ରେଣୀର ହୋଇଥିବାରୁ ବର୍ତ୍ତମାନ ସୁଦ୍ଧା ପ୍ରିୟଙ୍କାଙ୍କୁ ଉଚ୍ଚ ମାନର ଚିକିତ୍ସା ସୁବିଧା ଯୋଗାଇଦିଆଯାଇପାରି ନାହିଁ I ବର୍ତ୍ତମାନ ପ୍ରିୟଙ୍କାଙ୍କ ମସ୍ତିଷ୍କ ଯନ୍ତ୍ରଣା ଦିନକୁଦିନ ବୃଦ୍ଧି ପାଉଥିବା ବେଳେ ଅର୍ଥ ଅଭାବ ହେତୁ ପ୍ରିୟଙ୍କାଙ୍କ ବାପା ମାଆ ଉପାୟ ଶୂନ୍ୟ ହୋଇ ମୁଣ୍ଡରେ ହାତଦେଇ ବସିଛନ୍ତି I ଘଟଣା ସମ୍ପର୍କରେ ଖବର ପାଇବା ପରେ ବେଲଗୁଣ୍ଠା ବ୍ଳକ୍ ଚଢିଆପଲ୍ଲୀ ଗୋପବନ୍ଧୁ ଚାରିଟେବୁଲ ଟ୍ରଷ୍ଟ ସଦସ୍ୟ ସନ୍ତୋଷ ଦଳବେହେରାଙ୍କ ନେତୃତ୍ୱରେ ଟ୍ରଷ୍ଟ୍ ସଦସ୍ୟ ମାନେ ପ୍ରିୟଙ୍କାଙ୍କ ନିକଟରେ ପହଞ୍ଚି ପାଞ୍ଚ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିଲେ I ସ୍ଥାନୀୟ ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିରର ସମ୍ପାଦକ ସୁଶାନ୍ତ କୁମାର ବେହେରା ମଧ୍ୟ ପ୍ରିୟଙ୍କାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ବୁଝିବା ସହିତ କିଛି ସହାୟତା ରାଶି ପ୍ରଦାନ କରିଛନ୍ତି I,ଘୁମୁସର ସେବା ସଂଘ ସଦସ୍ୟ ବିକ୍ରମ ଶତପଥି ଉପସ୍ଥିତ ଥିଲେ I ତେବେ ସଂଗଠନର ଏହି ସହାୟତା ପ୍ରିୟଙ୍କାଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ନଥିବା ବେଳେ ପ୍ରିୟଙ୍କାଙ୍କୁ ଉଚ୍ଚ ମାନର ଚିକିତ୍ସା ପାଇଁ ତୁରନ୍ତ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ବିଭିନ୍ନ ମହଲରେ ଦାବି ହୋଇଛି I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed