November 26, 2024

କେନ୍ଦୁପଦର କ୍ଳଷ୍ଟର୍ ସ୍ତରୀୟ ସୁରଭି

Share

ବେଲଗୁଣ୍ଠା, 07/10, ଗାଙ୍ଗପୁର ଥାନା ଅନ୍ତର୍ଗତ କେନ୍ଦୁପଦର ପ୍ରଗତି ବିଦ୍ୟାପୀଠରେ କେନ୍ଦୁପଦର କ୍ଳଷ୍ଟର୍ ସ୍ତରୀୟ ସୁରଭି-2024 ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜିକା ରଞ୍ଜିତା ପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି I ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ସିଆରସିସି ନିରଞ୍ଜନ ପରିଡ଼ା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଖୁକୁଣ୍ଡିଆ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭଗବାନ ସ୍ୱାଇଁ ଯୋଗ ଦେଇଥିଲେ I ସେହିପରି ସମ୍ମାନିତ ଅତିଥି ରୁପେ ପ୍ରଧାନ ଶିକ୍ଷକ ଜୟରାମ ବେହେରା,ପ୍ରଧାନ ଶିକ୍ଷୟିତ୍ରୀ ଅଳକା କୁମାରୀ ପଣ୍ଡା ଯୋଗଦେଇଥିଲେ I ଶିକ୍ଷକ ଦ୍ୱିତୀକୃଷ୍ଣ ବେହେରା, ମେଘନାଦ ଦଳବେହେରା,ପ୍ରଭାକର ବିଷୋୟୀ, ବିଜୟ କୁମାର କୁଅଁର,ଅଶୋକ କୁମାର କହଁର,ଅର୍ଚ୍ଚନା ଗୌଡ଼,ନାରାୟଣ ସ୍ୱାଇଁ,ଦିଗମ୍ବର ପ୍ରଧାନ,ବସୁପ୍ରଦ ତ୍ରୀପାଠୀ, ରାଜେନ୍ଦ୍ର ପ୍ରଧାନ, କାଳୁ ଖଣ୍ଡୁଆଳ,ଶିବାନି ଗୌଡ଼ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନରେ ସହଯୋଗ କରିଥିଲେ I ଏଥିରେ ଏଗାରଟି କ୍ଲଷ୍ଟର୍ ରୁ 220 ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ବିଭିନ୍ନ ବିଭାଗରେ ରୁଦ୍ର ପ୍ରସାଦ ସ୍ୱାଇଁ,ଆୟୁଷ ପ୍ରଧାନ,ଶିବାନି ସେଠୀ, ମନିଷା ଗୌଡ଼,ଦିପ୍ତିମୟୀ ଗୌଡ଼,ଦିବ୍ୟ ଜ୍ୟୋତି ସ୍ୱାଇଁ, ସ୍ୱିଟି ବିଷୋୟୀ,ହିମାଂଶୁ ମହାରଣା,ସ୍ନେହଲତା ସେଠୀ,ନମଶ୍ରୀ ସେଠୀଙ୍କ ସମେତ କେନ୍ଦୁପଦର ଉଚ୍ଚ ବିଦ୍ୟାଳୟର ନୃତ୍ୟଦଳ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ପାଇଁ ମନୋନୀତ ହୋଇଥିଲେ I ପ୍ରଭାତ କୁମାର ମିଶ୍ର ଏବଂ ଗୀତାଞ୍ଜଳି ଦାସ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed