ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଏସ: ଆନନ୍ଦ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼ଃ ଗୁଣନିଧି ନାୟକ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଓ ଉପ ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଜନ ଅଭିଯୋଗର ଶୁଣାଣୀ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳକଇଠା , ବାଘଶାଳ , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୮୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୬ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୧୯ ଗୋଟି ଆସିଥିବା ବେଳେ ୮ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା ,ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ, ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଏନ୍ ବୀରାରାଜୁ , ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମାଧବନନ୍ଦ ନାୟକ , ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ , ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
———————————————
ଗଣେଶ କୁମାର ରାଜୁ
ପାରଳାଖେମୁଣ୍ଡି(ଗଜପତି)
———————————————