November 26, 2024

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

Share

ବରଗଡ଼ :(ଜୟନ୍ତ କୁମାର ସେଠ)

ବରଗଡ ଜିଲ୍ଲା ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ସିଂ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା ଷଡଙ୍ଗୀ, ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର ବାଗ ଏବଂ ବ୍ଲକ ଅଧ୍ୟକ୍ଷ କୀର୍ତ୍ତି ଚନ୍ଦ୍ର ଦୁଆନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୮୫ ଗୋଟି ଅଭିଯୋଗ ମଧ୍ୟରୁ ୫୬ ଗୋଟି ବ୍ୟକ୍ତିଗତ ଏବଂ ୨୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed