November 26, 2024

ପୋଷ୍ୟ ସନ୍ତାନ ସଚେତନତା ରଥ ଉଦଘାଟିତ..

Share

ପୁରୀ ଜିଲ୍ଲା ସ୍ତରୀୟ ପୋଷ୍ୟ ସନ୍ତାନ ସଚେତନତା ରଥକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଉଦଘାଟନ କରିଛନ୍ତି।ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଏହି ସଚେତନତା ରଥକୁ ଉଦଘାଟନ କରି ଜିଲ୍ଲାପାଳ ଶ୍ରୀ ସ୍ବାଇଁ ପ୍ରତ୍ୟେକ ବ୍ୟକ୍ତି ଙ୍କୁ ଶିଶୁ ମାନଙ୍କ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କରେ ଏହି ରଥ ସଚେତନ କରାଇବ ବୋଲି କହିଥିଲେ।ଅନେକ ପିତୃମାତୃହୀନ ସନ୍ତାନ, ଅସହାୟ ଓ ଗରିବ ସନ୍ତାନ ଶିଶୁ ପରିଚର୍ଯ୍ୟା ଗୃହ ମାନଙ୍କ ରେ ରହୁଛନ୍ତି।ପ୍ରତ୍ୟେକ ଟି ଶିଶୁ ପିତାମାତା ଙ୍କ ସ୍ନେହ,ଶ୍ରଦ୍ଧା ଓ ଆଦର ଆବଶ୍ୟକ କରନ୍ତି। ଶିଶୁମାନଙ୍କୁ ଅସୁରକ୍ଷିତ ଭାବେ ବୁଦାମୂଳେ, ରାସ୍ତାକଡ, ଅପରିଷ୍କାର ସ୍ଥାନରେ ପରିତ୍ୟକ୍ତନକରି ସୁରକ୍ଷିତ ଭାବେ ଶିଶୁ ମଙ୍ଗଳ ସମିତି, ଝୁଲଣା ମାଧ୍ୟମରେ ସରକାରଙ୍କୁ ହସ୍ତାନ୍ତର କରନ୍ତୁ l ଏହି ଶିଶୁ ମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ସେମାନଙ୍କ ଭବିଷ୍ୟତ କୁ ଉଜ୍ଜ୍ୱଳ କରେଇବା ଏହି ସଚେତନତା ରଥର ମୂଳ ଲକ୍ଷ୍ୟ ବୋଲି ସେ କହିଥିଲେ।ଜିଲ୍ଲା ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଅଜିତ କୁମାର ମହାପାତ୍ର ଶିଶୁ ମାନଙ୍କ ସୁରକ୍ଷା ଓ ସୁରକ୍ଷିତ ଭବିଷ୍ୟତ ପାଇଁ ଏହି ସଚେତନତା ରଥ ସହାୟକ ହେବ ବୋଲି ଆଶା ବ୍ୟକ୍ତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ, ଶିଶୁ ମଙ୍ଗଳ କମିଟି ସଦସ୍ୟ ରୁଦ୍ଧିସୁନ୍ଦର ମିଶ୍ର , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ ଅଧିକାରୀ,ବିଭିନ୍ନ ଶିଶୁ ଯତ୍ନକାରୀ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ।ଏହି ସଚେତନତା ରଥ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ବ୍ଲକ ଓ ସହରାଞ୍ଚଳ ପରିକ୍ରମା କରି ସଚେତନତା ର ବାର୍ତ୍ତା ଦେବ ବୋଲି ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ତ୍ରିପାଠୀ ସୂଚନା ଦେଇଥିଲେ।

ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed