ସ୍ୱାମୀ ବିବେକାନନ୍ଦ ଯୁବ ସମାଜ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ

ଛତ୍ରପୁର -୧୨/୧/୨୫(ଅରୁଣ କୁମାର ପଣ୍ଡା )ସ୍ଥାନୀୟ ଅନଶ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ୱାମୀ ବିବେକାନନ୍ଦ ଯୁବ ସମାଜ ପକ୍ଷରୁ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି l ସ୍ୱାମୀ ବିବେକାନନ୍ଦ ଯୁବ ସମାଜର ସଭାପତି ସୁଧୀର କୁମାର ସାହୁଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଅଜୟ କୁମାର ତ୍ରିପାଠୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଛତ୍ରପୁର ଶ୍ରୀରାମନଗର ସାହି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ନାଥ ଦାଶ, ସମ୍ମାନିତ ଅତିଥି ଭାବେ ଅନଶ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀ, ଅନ୍ୟତମ ସମ୍ମାନିତ ଅତିଥି ଭାବେ ଛତ୍ରପୁର ଓକିଲ ସଙ୍ଘର ସଭାପତି ପ୍ରଦୀପ କୁମାର ପାଢ଼ୀ, ବିଶିଷ୍ଠ ଆଇନଯିବି ପଦ୍ମ ଚରଣ ସାହୁ, ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀର ଅଧ୍ୟକ୍ଷ ଡ଼. ରାଜେନ୍ଦ୍ର କୁମାର ଦାଶ ପ୍ରମୁଖ ଯୋଗ ଦେଇ ସ୍ୱାମୀ ବିବେକାନନ୍ଦ ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ସ୍ୱାମୀ ବିବେକାନନ୍ଦଙ୍କ ଗୁଣ ଗାନ କରିଥିଲେ l ଏହି ଅବସରରେ ସମସ୍ତେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ l ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଆୟୋଜିତ ହୋଇଥିବା ବକ୍ତୃତା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ସମସ୍ତ କାର୍ଯ୍ୟକ୍ରମକୁ ଅନଶ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ପରିଚାଳନା ରେ ସହଯୋଗ କରିଥିଲେ l