September 29, 2026

ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ। ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି।

IMG-20250127-WA0086
Share

*ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ। ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ସେହିପରି ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ନିଯୁକ୍ତ କରାଯାଇଛି। ରାଜ୍ୟପାଳ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ବିଜ୍ଞପ୍ତି ପ୍ରକାଶ ପାଇଛି।*

 

*ଅନ୍ୟପକ୍ଷରେ, ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି(ଏସଜେଟିଏ)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହିତ ନୂଆଦିଲ୍ଲୀସ୍ଥିତ ଓଡିଶା ସରକାରଙ୍କ ମୁଖ୍ୟ ଆବାସିକ ଆୟୁକ୍ତ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଅତିରିକ୍ତ ଦାୟିତ୍ୱ ତୁଲାଇବେ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି*

You may have missed