କୁଆଁନଳା ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ବୁଗୁଡା : ତା ୦୫/୦୩/୨୫ : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଗୋଲିଆ କ୍ଲଷ୍ଟର ଅନ୍ତର୍ଗତ କୁଆଁନଳା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଏସ୍ଏମସି ସଭାପତି ସୁଶାନ୍ତ ପ୍ରଧାନଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ସିଆରସିସି ସୁନିତା ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ଗୋଲିଆ ନୂଆଁସାହି ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ରାଜଲକ୍ଷ୍ମୀ ଶତପଥି, ହାଡଭଙ୍ଗା ସ୍କୁଲ ଶିକ୍ଷକ ଦାଶରଥି ବେହେରା,ତାଳସର ସ୍କୁଲ ଶିକ୍ଷକ ସନ୍ତୋଷ କୁମାର ପାଗଡ, କୁଆଁନଳା ଅଙ୍ଗନଓ୍ବାଡି କର୍ମୀ ରୁନୁ ପୋଲେଇ ଓ ଓ୍ବାର୍ଡ ମେମ୍ବର କବିତା ପ୍ରଧାନ
ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପ୍ରଧାନ ଶିକ୍ଷକ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥି ସହ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ନାୟକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ସହକାରୀ ଶିକ୍ଷୟିତ୍ରୀ ଉଷାରାଣୀ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।