May 10, 2026

ଉମରକୋଟ ବ୍ଲକ ଅନ୍ତର୍ଗତ ଦେଓପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ…………

IMG-20250307-WA0008
Share

ଉମରକୋଟ:-(ଏମ୍.ଦୀନା°ଶୁ ଆଚାରୀ) ଉମରକୋଟ ବ୍ଲକ ଅନ୍ତର୍ଗତ ଖାଣ୍ଡା ପଞ୍ଚାୟତର ଦେଓପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ପ୍ରଧାନଶିକ୍ଷକ ସ୍ଵପନ କୁମାର ରାୟ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ  ମୁଖ୍ୟ ଅତିଥି ଭାବେ ସରପଞ୍ଚ ରମେଶ ଭତ୍ରା ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବରେ ଲିମାଗୁଡା ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଫନିନ୍ଦ୍ର ଗାଈନ, ବରିଷ୍ଠ ଶିକ୍ଷାବିତ୍ ସପନ ସରକାର, ଧନୁର୍ଦ୍ଧର ଭତ୍ରା, ସି ଆର୍ ସି ସି ଦିଲ୍ଲିପ କୁମାର ରଜକଦାସ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ହରି ସାନ୍ତା, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଗୋପାଳ କୃଷ୍ଣ ପଟ୍ଟନାୟକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ। ଶିକ୍ଷକ ଗଣେଶ ରଣା ସଭା ପରିଚାଳନା କରିଥିବା ବେଳେ ସହକାରୀ ଶିକ୍ଷକ ସିପୁନ୍ ରାୟ ବିବରଣୀ ପଠନ କରିଥିଲେ। ଏହି ଅବସରର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ଛାତ୍ର ଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହି ଅବସରରେ ଶିକ୍ଷୟତ୍ରୀ ଶିଉଳୀ ରାଣୀ ସର୍ଦ୍ଦାର ଓ ମମତା ଭତ୍ରା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶେଷରେ ସିପୁନ୍ ରାୟ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।