March 13, 2025

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ, ୪ ଥର ବିଧାୟକ ଥିଲେ

Share

 

 

ଆଉ ନାହାନ୍ତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ । ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ୪ଟା ୧୫ରେ ଭୁବନେଶ୍ବର ସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଦୀର୍ଘ ଦିନ ହେବ ସେ ବାର୍ଦ୍ଧକ୍ୟଜନିତ ସ୍ବାସ୍ଥ୍ୟ ସମସ୍ୟାରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ତାଙ୍କ ପୁଅ ବିଶ୍ବଜିତ୍ ଦାସ ବିୟୋଗ ଖବର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

 

ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ ଅନନ୍ତ । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ । ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ଅନନ୍ତ ଦାସ ଉଚ୍ଚ ଶିକ୍ଷା ଏବଂ ଶିଳ୍ପ ମନ୍ତ୍ରୀ ଥିଲେ । ୧୯୪୦ରେ ଜନ୍ମଗ୍ରହଣ କରିଥିବା ଅନନ୍ତ ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ବିଜୟୀ ହୋଇ ବିଧାନସଭାରେ ପାଦ ଥାପିଥିଲେ ।