କୁଆଁନଳା ହାଡଭଙ୍ଗା ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

Share


ବୁଗୁଡ଼ା :ତା ୧୬/୦୩/୨୫ : ଗୋଲିଆ କ୍ଲଷ୍ଟର ଅନ୍ତର୍ଗତ କୁଆଁନଳା ହାଡଭଙ୍ଗା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ସୁନିତା ମହାନ୍ତିଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସିଆରସିସି ସୁନିତା ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ଭାବେ ଅଙ୍ଗନୱାଡି କର୍ମୀ ସନ୍ଧ୍ୟାରାଣୀ ସାହୁ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଉତ୍ସବର ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ଦାଶରଥି ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ସହକାରୀ ଶିକ୍ଷୟିତ୍ରୀ ଏମ୍. ଲିଜାରାଣୀ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।