September 18, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

IMG-20250421-WA0058
Share

ପାରଳାଖେମଣ୍ଡି,ତା. ୨୧.୦୪.୨୦୨୫

 

ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଡ଼ମ୍ବାଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡ଼ମ୍ବାଗୁଡା ଗ୍ରାମ ପଞ୍ଚାୟତ ସମେତ ଅଡଭା, ଆଳିଗଣ୍ଡା ଓ ଡ଼ାମଡୁଆ ପଞ୍ଚାୟତର ସମୁଦାୟ ମୋଟ- ୧୨୨ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୨ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା-୯୦ ଗୋଟି ଅଭିଯୋଗ ଆସିଥିଲା ଓ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୋହନା ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଶବର, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ,ତହସିଲଦାର ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।