June 18, 2026

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ଜୁଡୋ ଆସୋସିଏସନ–(ଜୁଡୋ ଖେଳକୁ ରାଜ୍ୟ ସ୍ତରୀୟ ମାନ୍ୟତା ଦେବାକୁ କଲେ ଅନୁରୋଧ)

IMG-20250509-WA0065
Share

 

ଭୁବନେଶ୍ୱର(ରାଜାରାମ ଷଡ଼ଙ୍ଗୀ)ଲୋକସେବା ଭବନରେ ଓଡ଼ିଶା ଜୁଡୋ ଆସୋସିଏସନର ସଦସ୍ୟ,କୋଚ ଓ ଖେଳାଳୀଙ୍କ ସମେତ ୭୦ ଜଣ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ସୂଚନାଯୋଗ୍ୟ ଯେ,ଜୁଡୋ ଏକ ପ୍ରକାର ମିଶ୍ରିତ ସାମରିକ କଳା, ଯାହା ଜୁଡୋ,କରାଟେ ଏବଂ ତାଇକୱାଣ୍ଡୋ ଖେଳର ସମାହାର। ଏହି ଖେଳ ଭାରତର ବିଭିନ୍ନ ରାଜ୍ୟ ସମେତ ବିଦେଶରେ ମଧ୍ୟ ଅନେକ ପ୍ରସିଦ୍ଧି ଲାଭ କରିଛି।

ଓଡ଼ିଶାରେ ମଧ୍ୟ ଅନେକ ଜିଲ୍ଲାରେ ଏହି ଖେଳ ପାଇଁ ତାଲିମ ଦିଆଯାଉଛି।ଏଣୁ ରାଜ୍ୟରେ ଏହି ଜୁଡୋ ଖେଳର ପ୍ରସାର ଓ ଏହି ଖେଳକୁ ମାନ୍ୟତା ଦେବା ପାଇଁ ଏହି ଆସୋସିଏସନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଖେଳାଳୀଙ୍କ ସହ କଥା ହୋଇ ସେମାନଙ୍କୁ ଅଭ୍ୟାସ ଜାରି ରଖିବାପାଇଁ କହିଥିଲେ ଏବଂ ଏହି କ୍ରୀଡ଼ାକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବାପାଇଁ ବିଚାର କରାଯିବ ବୋଲି ସେ କହିଥିଲେ।

ଜୁଡୋ ଖେଳାଳୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା,ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ସମେତ ଜୁଡୋ ଆସୋସିଏସନ ଅଫ ଓଡ଼ିଶାର ମୁଖ୍ୟ କୋଚ ଶ୍ରୀ ନିତାଇ ଶଙ୍କର ଗୁଇଁ ପ୍ରମୁଖ ଉପସ୍ଥିତ ଥିଲେ।

You may have missed