June 30, 2026

ଜିଲ୍ଲାସ୍ତରୀୟ ବିକାଶ ମେଳା ତୃତୀୟ ସନ୍ଧ୍ୟାରରକାର୍ଯ୍ୟକ୍ରମ..

IMG-20250616-WA0087
Share

 

ପାରଳାଖେମୁଣ୍ଡି,

 

ଆଜି ଜିଲ୍ଲାସ୍ତରୀୟ ବିକାଶ ମେଳା, ପରମ୍ପାରିକ ଖାଦ୍ୟ ମେଳା ଓ ଆମ୍ବ ମେଳାର ତୃତୀୟ ସନ୍ଧ୍ୟା କାର୍ଯ୍ୟକ୍ରମରେ ଜିଲ୍ଲା କୃଷି ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ସଞ୍ଜୟ କୁମାର ଦଳେଇ, ଉଦ୍ୟାନ ବିଭାଗ ପକ୍ଷରୁ ଶ୍ରୀ ସୁଶାନ୍ତ ରଞ୍ଜନ ଦାସ ଓ ମୂର୍ତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ବିଭାଗ ପକ୍ଷରୁ ଅତିରିକ୍ତ ପ୍ରକଳ୍ପଅଧିକାରୀ ଶ୍ରୀ ଏସ୍. ରଇତ ଉପସ୍ଥିତ ରହି ବିଭିନ୍ନ ଯୋଜନା ବିଷୟରେ ହିତାଧିକାରୀଙ୍କୁ ପ୍ରାଞ୍ଜଳ ଭାବରେ ସଚେତନତା କରେଇଥିଲେ । ପରେ ପରେ ଚାଷୀ ଭାଇ ଭଉଣୀମାନଙ୍କୁ ବିଭାଗ ତରଫରୁ ସମ୍ବର୍ଦ୍ଧନା କରାଯାଇଥିଲା । ଆଜିର ତୃତୀୟ ସନ୍ଧ୍ୟାର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମ୍ମାନିତ ଅତିଥି ଭାବରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା,ଶ୍ରୀଯୁକ୍ତ ଅଂଶୁମାନ ମହାପାତ୍ର, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି,ଡ଼.ମାୟାଧର ସ୍ବାଇଁ, ଜିଲ୍ଲା ଶିକ୍ଷା ଅଧିକାରୀ ଗଜପତି ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଥିଲେ। ପରେ

ପରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ପଦାମୃତ ନୃତ୍ୟୟନ୍, ଗ୍ରେସ ଡାନ୍ସ ଗୃପ, ବଜରଙ୍ଗି ସୌରା ଡାନ୍ସ ଗ୍ରୁପ, ଜଙ୍ଗଳ ସୁରକ୍ଷା ସଚେତନ, ମୃଣ୍ମୟୀ ଡାନ୍ସ ଗ୍ରୁପ କଳାହାଣ୍ଡି, ଆଶ୍ରମ ସ୍କୁଲ ଅନୁକୁଣ୍ଡା ଗୁଡା ଓ ଏସଏସଡି ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଖଲାଖଟ ଇତ୍ୟାଦି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଡେପୁଟି ସିଓ ଓରମାସ୍ ଶ୍ରୀ ସୁଭଳ ଜେନାମଣି, ଜିଲ୍ଲା ପ୍ରକଳ୍ପ ପରିଚାଳକ, ଓଡ଼ିଶା ଜୀବିକା ମିଶନ ଗଜପତି ଶ୍ରୀ ଟିମନ ବାରା, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ସହକାରୀ ନିର୍ବାହୀ ଅଧିକାରୀ ଶ୍ରୀ ଭେଙ୍କଟ ରାଓ ଆଚାରୀ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

You may have missed