ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ମୃତ ଓ ତିନି ଆହତ

IMG-20250907-WA0016
Share

 

ଅନୁଗୋଳ : ସଦର ଥାନା ଅନ୍ତର୍ଗତ ଖଣ୍ଡହତା ବ୍ରିଜ ନିକଟରେ ଅଟୋ କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ତିନି ଜଣ ମୃତ୍ୟୁବରଣ କରିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ମୃତ୍ୟୁବରଣ କରିଥିବା ଲୋକମାନେ ଢେଙ୍କାନାଳ ଜିଲ୍ଲା କାରନ୍ଦା ଅଞ୍ଚଳର ବୋଲି ସୂଚନା ମିଳିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଅଟୋ ଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି ମୃତ ଓ ଆହତ ଲୋକ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ଘଟଣା ସ୍ଥଳରେ ସଦର ଥାନା ପହଁଚି ତଦନ୍ତ ଜାରି ରଖିଛି।