September 11, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

IMG-20250915-WA0053
Share

ପାରଳାଖେମଣ୍ଡି,

 

ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ତାବରଦଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାବରଦଡ଼ା ଗ୍ରାମ ପଞ୍ଚାୟତ ସମେତ ବଡପଦା, କେ.ଝାଲରସିଂ ଓ ଖଜୁରୀପଦା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ-୯୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୬୮ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୨୪ ଗୋଟି ଅଭିଯୋଗ ଆସିଥିଲା,ସେଥିମଧ୍ୟରୁ ଗୋଟିଏ ଅଭିଯୋଗକୁ ସମାଧାନ କରାଯାଇଛି। ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ସେଥିମଧ୍ୟରୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରପରୁ ୩ ଜଣଙ୍କୁ ପେନସନ ପ୍ରଦାନ କରାଯାଇଛି।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚାର୍ଯ୍ୟ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।