April 30, 2026

ଗଜପତି ଜିଲ୍ଲାରେ ସେବା ପଖୱାଡ଼ା ଉତ୍ସବ ଅବସରରେ ମାରାଥନ ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ

IMG-20250921-WA0027
Share

 

ଜିଲ୍ଲା କ୍ରୀଡ଼ା ଓ ଯୁବା ସେବା ବିଭାଗ ଓ ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଆଜି ପାରଳାଖେମୁଣ୍ଡି ଠାରେ ସେବା ପଖୱାଡା ଅବସରରେ ମାରାଥନ ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ମାରାଥନ ଦୌଡ଼ ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରୁ ବି.ଏନ.ପେଲେସ , ମେଡ଼ିକାଲ ଛକ ଓ ଗଜପତି ଷ୍ଟାଡିୟମ୍ ପର୍ଯ୍ୟନ୍ତ ମାରାଥନ ଗଣଦୌଡ ଅନୁଷ୍ଠିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମ’କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆନୁଷ୍ଠାନିକ ଭାବେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

ଏ ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ କହିଥିଲେ ଯେ , ରାଜ୍ଯ ସରକାରଙ୍କ ନିର୍ଦ୍ଧେଶ କ୍ରମେ ସେବା ପଖୱାଡ଼ା ଉତ୍ସବ ୧୭ ସେପ୍ଟେମ୍ବର ଠାରୁ ୨ ଅକ୍ଟୋବର ୨୦୨୫ ପର୍ଯ୍ୟନ୍ତ ପାଳନ କରାଯାଉଛି। ଏହାର ଉଦ୍ଦେଶ୍ୟ ହେଉଛି ଯେ , ଜନସାଧାରଣଙ୍କ ମଧ୍ୟରେ ଉତ୍ତମ ସ୍ବାସ୍ଥ୍ୟ ରଖିବା ପାଇଁ ଏହି ମାରାଥନ ମାଧ୍ୟମରେ ସଚେତନତା ସୃଷ୍ଟି କରାଯିବ।

ଏହି କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡ଼ା ଅଧିକାରୀ ତଥା ଡେପୁଟି କଲେକ୍ଟର ଶ୍ରୀ ଲାବନ୍ଧୁ ମହାନ୍ତି ପରିଚାଳନା କରିଥିବା ବେଳେ ଜିଲ୍ଲା ଶାରିରୀକ କ୍ରୀଡ଼ା ଅଧିକାରୀ ଶ୍ରୀ ସୁରେନ୍ଦ୍ର ପାତ୍ର , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ , ବିଭିନ୍ନ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ,ଶିକ୍ଷୟତ୍ରୀ , ଛାତ୍ରଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ।

———————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

——————————————–