April 27, 2026

ରିଲିଫ କମିସନରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

IMG-20251003-WA0001
Share

 

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକରେ ଲଗାଣ ବର୍ଷା ଲାଗିରହିଛି। ଏହି ବର୍ଷାରେ ଗଜପତି ଜିଲ୍ଲାରେ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ଆଶଙ୍କା ଦେଖା ଦେଇଛି।

 

 

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକରେ ଲଗାଣ ବର୍ଷା ଲାଗିରହିଛି। ଏହି ବର୍ଷାରେ ଗଜପତି ଜିଲ୍ଲାରେ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ଆଶଙ୍କା ଦେଖା ଦେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଜପତି ଜିଲ୍ଲା ପରିସ୍ଥିତି ଉପରେ ନଜର ରଖିବା ସହିତ ସ୍ଥିତି ପରଖିବା ଓ ସହାୟତା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଜେନା ଙ୍କୁ ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାକୁ ପଠାଇଛନ୍ତି।

 

 

ଆଜି ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାପାଳଙ୍କ ସହିତ କଥା ହୋଇ ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ସ୍ବତନ୍ତ୍ର ରିଲିଫ୍ କମିସନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ଅନେକ ସ୍ଥାନରେ ପାହାଡରୁ ମାଟି ଖସି ଯାତାୟତ ବାଧାପ୍ରାପ୍ତ ହୋଇଛି।