June 13, 2026

ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ..

IMG-20251023-WA0088
Share

 

ପାରଳାଖେମୁଣ୍ଡି(ଲମ୍ବୋଦର ସାହୁ)

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ କୃଷ୍ଣ ଚନ୍ଦ୍ର ଗଜପତି ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି।ଯଥା ଓଡିଆ ବକୃତା,ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା,ଉଚ୍ଚ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତି ପ୍ରତିଯୋଗୀଙ୍କୁ ୩୦ ତାରିଖ ଦିନ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ। ଚଳିତ ଅକ୍ଟୋବର ୨୭ ତାରିଖ ଠାରୁ ୨ ନଭେମ୍ବର ୨୦୨୫ ତାରିଖ ମଧ୍ୟରେ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।ଏହି ପ୍ରତିଯୋଗୀତାର ବିଚାରକ ମଣ୍ଡଳୀ ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍.ଗିରିଧାରୀ ସ୍ଥାନୀୟ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମୋନାଲିସା ଦାସ ପ୍ରମୁଖ ପ୍ରତିଯୋଗିତା ରେ ଉପସ୍ଥିତ ରହିଥିଲେ।

You may have missed