June 13, 2026

ବିରିପୁର ରେ ସୁରଭି କାଯ୍ୟକ୍ରମ 

IMG-20251025-WA0018
Share

 

 

ବେଲଗୁଣ୍ଠା, ୨୫/୧୦,ବେଳଗୁଣ୍ଠା ପଞ୍ଚାୟତ ସମିତି ଅନ୍ତର୍ଗତ ବିରିପୁରସ୍ଥିତ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେଟ୍ଟଙ୍ଗା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି-୨୦୨୫ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କାନ୍ତ ତ୍ରିପାଠୀ ଙ୍କ ତତ୍ତ୍ୱାବଧାନରେ ଏବଂ ପ୍ର. ଉ. ପ୍ରା. ବିଦ୍ୟାଳୟର ପ୍ରଧାନଶିକ୍ଷକ ସଲ୍ୟ କୁମାର ସିୟ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ବେଲ୍ଲଗୁଣ୍ଠା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରି ପ୍ରତିଭା କୁମାରୀ ରଥ, ମୁଖ୍ୟ ବକ୍ତା ରୂପେ ଓ. ଏ. ଭି.ପ୍ରତାପଲକ୍ଷଣପୁର, ଅଧ୍ୟକ୍ଷ ମାନସ ରଞ୍ଜନ ଡାକୁଆ ଏବଂ ସମ୍ମାନିତ ଅତିଥି ରୂପେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷିକେଶ ବିଶ୍ଵାଳ,ଗ୍ରାମ ସଭାପତି କୁନା ପରିଡ଼ା, ଗୋବରା ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ମାମ ପରିଡ଼ା ପ୍ରମୁଖ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ଶିକ୍ଷକ ନିକୁଞ୍ଜ ନାଇକ ମଞ୍ଚ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ

You may have missed