June 14, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫ ଅନୁଷ୍ଠିତ..

IMG-20251108-WA0067
Share

 

ପାରଳାଖେମୁଣ୍ଡି, ୦୮.୧୧.୨୦୨୫

 

ଗଜପତି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସର ଠାରେ ଅନଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ, ସଭାପତି ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ,ଅଧ୍ୟକ୍ଷା ପୌ ପରିଷଦ ପାରଳାଖେମୁଣ୍ଡି ଶ୍ରୀମତୀ ନିର୍ମଳା ସେଠୀ, ଜିଲ୍ଲାଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ,ଅତିରିକ୍ତ ଜିଲ୍ଲା ଶିକ୍ଷଧିକାରୀ ଶ୍ରୀ ଏସ.ଗିରିଧରୀ, ସ୍ଥାନୀୟ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମୋନାଲିସା ଦାସ , ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଏ.ରବି କୁମାର ଓ ଶ୍ରୀ ସନ୍ତୋଷ କୁମାର ସାହୁ ପ୍ରମୁଖ ମଞ୍ଚାସିନ ଥିଲେ ।

ମାନ୍ୟବର ସାଂସଦ ବ୍ରହ୍ମପୁର ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ଭବିଷ୍ୟତରେ ଭଲ ମଣିଷ ହେବାପାଇଁ ଉପଦେଶ ଦେଇଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ପ୍ରତ୍ୟେକ ପିଲା ନିଜର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବାର ସୁଯୋଗ ପାଇଥାନ୍ତି ତେଣୁ କୌଣସି ସଙ୍କୋଚ ବା ଭୟ ନ କରି ଆଗକୁ ବଢ଼ି ସମସ୍ତେ ପ୍ରତିଯୋଗିତାରେ ଭାଗ ନେବାପାଇଁ ପିଲାମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଛାତ୍ରଛାତ୍ରୀମାନଙ୍କ ଦ୍ଵାର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଚଳିତ ବର୍ଷ ଏହି ଶିଶୁ ମହୋତ୍ସବ ରେ ଜିଲ୍ଲାର ସାତ ଗୋଟି ବ୍ଲକରୁ ବିଭିନ୍ନ ବିଦ୍ୟାଳୟର ୪୦୦ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ପ୍ରତିଯୋଗୀରେ ଯୋଗଦେଇଥିଲେ ।ଏହି ଅବସରରେତର୍କ,ପ୍ରବନ୍ଧ,କୁଇଜ୍,ସୃଜନାତ୍ମକ ଲେଖନୀ, ଚିତ୍ରାଙ୍କନ, ସଙ୍ଗୀତ, ସାଂସ୍କୃତିକ ନୃତ୍ୟ ଗୀତ ପ୍ରତିଯୋଗିତା ଗୁଡିକ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମକୁ ଶ୍ରୀ ଅମୂଲ୍ୟ କୁମାର ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

You may have missed