କରଚୁଲି ସରସ୍ବତୀ ଶିଶୁ ମନ୍ଦିରର ୨୯ତମ ବାର୍ଷିକୋତ୍ସବ

ବୁଗୁଡା : ତା ୨୧/୧୨/୨୫ : ବୁଗୁଡା ବ୍ଲକ କରଚୁଲି ଗ୍ରାମସ୍ଥ ସରସ୍ବତୀ ଶିଶୁ ମନ୍ଦିରର ୨୯ତମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ସମିତି ସଭାପତି ଜି.ବଦ୍ରିନାଥ ପାତ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଆସିକା ଚିନିକଳ ନିର୍ଦ୍ଦେଶକ ବସନ୍ତ କୁମାର ଦଳେଇ , ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋଲକ ବିହାରୀ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ଏଥି ସହ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସମ୍ପାଦକ ରାଜେନ୍ଦ୍ର କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉକ୍ତ ଉତ୍ସବର ପ୍ରାରମ୍ଭରେ ପ୍ରାକ୍ତନ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ବେହେରା ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନାଚାର୍ଯ୍ଯ ସୁଶାନ୍ତ ପ୍ରଧାନ ବାର୍ଷିକ ବିବରଣୀ ପଠନ ଏବଂ ପରିଶେଷରେ ଉପଦେଷ୍ଟା ହିମାଂଶୁ ଶେଖର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ବାର୍ଷିକୋତ୍ସବ ପରିଚାଳନାରେ ଶିଶୁ ମନ୍ଦିରର ସମସ୍ତ ସେବାବ୍ରତୀ ସକ୍ରିୟ ସହଯୋଗ କରିଥିଲେ।
