ଆଇ ଏ ଏସ୍ ସ୍ତରରେ ବଡ଼ ଅଦଳବଦଳ କଲେ ଓଡ଼ିଶା ସରକାର

IMG-20260205-WA0105
Share

 

 

ଭୁବନେଶ୍ବର ( ଦେବାଶିଷ ଦାଶ )

 

ଆଇ ଏ ଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ଓଡ଼ିଶା ସରକାର। ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ବତ୍ତର୍ମାନ ଉନ୍ନୟନ କମିଶନର ଅଛନ୍ତି ଦେଓ ରଞ୍ଜନ। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ଅତିରିକ୍ତ ଦାୟିତ୍ବ ମିଳିଛି। ସୁରେନ୍ଦ୍ର କୁମାର ସାଧାରଣ ପ୍ରଶାସନ ଦାୟିତ୍ବରେ ମଧ୍ୟ ରହିବେ। ବିଷ୍ଣୁପଦ ସେଠୀ ହେଲେ ଓଡ଼ିଶା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ। ବିଷ୍ଣୁପଦ ସେଠୀଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗକୁ ବଦଳି କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବରେ ମଧ୍ୟ ରହିବେ ଅରବିନ୍ଦ। ଚିତ୍ରା ଅରୁମୁଗମଙ୍କୁ ଗୋପବନ୍ଧୁ ଏକାଡେମୀ ଡିଜି ଦାୟିତ୍ବ ଦିଆଯାଇଛି। ଏଥିସହ ଶ୍ରମ ଓ ବିଜ୍ଞାନ କାରିଗର ଦାୟିତ୍ବରେ ରହିବେ ଚିତ୍ରା।