କୋରାପୁଟ ଠାରେ ଜ଼ିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

କୋରାପୁଟ-୧୬.୦୨.୨୬-କୋରାପୁଟ ସ୍ଥାନୀୟ ସଦଭାବନା ସଭା ଗୃହ ପରିସରରେ ଜ଼ିଲ୍ଲାପାଳ ଶ୍ରୀ ମନୋଜ ସତ୍ଯୱାନ ମହାଜନଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି| ଏହି ଶିବିରରେ ଗୋଷ୍ଠୀ ଗତ ଭାବେ ୪ଟି ଏବଂ ବ୍ୟକ୍ତିଗତ ଭାବେ ୨୮ଟି ମୋଟ ୩୨ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ କୁମାର ନାଏକ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ତଥା ଜ଼ିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ୬ଟି ଅଭିଯୋଗର ତୁରନ୍ତ ସମାଧାନ କରିବା ସହ ଅନ୍ୟ ଅଭିଯୋଗ ଗୁଡିକୁ ଯଥା ଶୀଘ୍ର ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଲେ ଜିଲ୍ଲାପାଳ I ଜନଶୁଣାଣି ଶିବିରର ଶେଷରେ ୧୫ଟି ସ୍ୱୟଂ ସହାୟକ ଗୋଷ୍ଠୀକୁ ମୋଟ ୧ କୋଟି ୭୫ ଲକ୍ଷ ଟଙ୍କାର ଚେକ ପ୍ରଦାନ କରାଯାଇଥିଲା I
