April 29, 2026

ବଡ଼କୋଦଣ୍ଡା କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଉଦଯାପିତ 

IMG-20260320-WA0032
Share

 

ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବଡ଼କୋଦଣ୍ଡା କ୍ଲଷ୍ଟରର ବଡ଼କୋଦଣ୍ଡା ସ୍ଥିତ ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ବଡ଼କୋଦଣ୍ଡା କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ମତୀ ଲୋପାମୁଦ୍ରା ରଥଙ୍କ ମାର୍ଗଦର୍ଶନ କ୍ରମେ ବଡ଼କୋଦଣ୍ଡା କ୍ଲଷ୍ଟର ସିଆରସିସି ଶ୍ରୀ ଦ୍ଵିତୀକୃଷ୍ଣ ଲେଙ୍କାଙ୍କ ତତ୍ତ୍ଵାବଧାନରେ ଏବଂ ବଡ଼କୋଦଣ୍ଡା ଜବାହର ହାଇସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀ ମନୋରଞ୍ଜନ ପଣ୍ଡାଙ୍କ ସହଯୋଗ ବଳରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗତକାଲି ୧୯ ମାର୍ଚ୍ଚ ରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଗହଣରେ ଶିକ୍ଷକ ସାଜନ ସ୍ଵାଇଁଙ୍କ ମନ୍ତ୍ର ଉଚ୍ଚାରଣ ସହ ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ପାତ୍ରଙ୍କ ପ୍ରଦୀପ ପ୍ରଜ୍ବଳନ ପରେ ଆନୁଷ୍ଠାନିକ ଭାବେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।

ଶିକ୍ଷାଦାନ ଶୈଳୀକୁ ଅଧିକ ସରଳ ଓ ପ୍ରଭାବଶାଳୀ କରିବା ତଥା ଶିକ୍ଷାର୍ଥୀ ମାନଙ୍କ ଶିକ୍ଷଣ ଆବଶ୍ୟକତା ଅନୁଯାୟୀ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିବା ଏହି କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ। ବଡ଼କୋଦଣ୍ଡା କ୍ଲଷ୍ଟରର ୧୧ ଟି ବିଦ୍ୟାଳୟ ମଧ୍ୟରୁ ପ୍ରାୟ ସମସ୍ତ ବିଦ୍ୟାଳୟର ଏଫ୍ ଏଲ୍ ଏନ୍/ସହକାରୀ ଶିକ୍ଷକ ପ୍ରାୟ ୨୦ ରୁ ଉର୍ଦ୍ଧ୍ବ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି ପ୍ରସ୍ତୁତି କର୍ମଶାଳାରେ ଯୋଗ ଦେଇଥିଲେ। ଶିଶୁ ବାଟିକା ଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ପ୍ରାୟ ୪୦ ଟି ବିଷୟ ଭିତ୍ତିକ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରାଯାଇ ପ୍ରଦର୍ଶନ କରାଯାଇଥିଲା। ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନକୁ ସୁଦୃଢ଼ କରିବା ସହ ଶ୍ରେଣୀ ଗୃହରେ ଶିକ୍ଷାଦାନକୁ ସରଳ, ଆକର୍ଷଣୀୟ ଓ ଦୀର୍ଘସ୍ଥାୟୀ କରିବା ଏହି କର୍ମଶାଳାର ମୁଖ୍ୟ ଆଧାର। ବଡ଼କୋଦଣ୍ଡା କ୍ଲଷ୍ଟରର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ, ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟ, ଦୀନବନ୍ଧୁ ବେହେରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଡି. କଇଠପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବଡ଼କୋଦଣ୍ଡା ପ୍ରାଥମିକ ବିଦ୍ୟାଳୟ, ନୂଆସାହି ପ୍ରାଥମିକ ବିଦ୍ୟାଳୟ, ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟ, ସାନପଥରା ପ୍ରାଥମିକ ବିଦ୍ୟାଳୟ, ଟୋକାଗଣ୍ଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଦଣ୍ଡିପଦର ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସକ୍ରିୟ ଅଂଶଗ୍ରହଣ କରି ବିଭିନ୍ନ ପ୍ରକାରର ଆକର୍ଷଣୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥିଲେ।

ଦୁଇଦିନ ଧରି ଚାଲିଥିବା ଏହି ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ର ଆଜି ଦ୍ଵିତୀୟ ଦିବସ ବା ଅନ୍ତିମ ଦିବସର ଉଦଯାପନୀ କାର୍ଯ୍ୟକ୍ରମରେ ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ମତୀ ଲୋପାମୁଦ୍ରା ରଥ, ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ମଦନ ମୋହନ ରଥ, ଏବିଇଓ ଚରଣ ବେହେରା, ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ମତୀ ସସ୍ମିତା ମିଶ୍ର, ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ରାଣୀ ତ୍ରିପାଠୀ, ଜବାହର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ମନୋରଞ୍ଜନ ପଣ୍ଡା ଏବଂ ପୂର୍ବତନ ସିଆରସିସି ଶ୍ରୀ ମୋହନ ସାହୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସମସ୍ତ ଅଧିକାରୀ ତଥା ଅତିଥି ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ର ଲକ୍ଷ ଓ ଉଦ୍ଦେଶ୍ୟ ସମ୍ପର୍କରେ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀ ମାନଙ୍କୁ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିବା ସହିତ ନିଜର ମତାମତ ପ୍ରଦାନ କରିଥିଲେ। ଏଥି ସହିତ ଆଜିର କାର୍ଯ୍ୟକ୍ରମରେ ପ୍ରାୟ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହିଥିଲେ। ଅଂଶଗ୍ରହଣ କରି ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥିବା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ଦେଇ ସମ୍ମାନିତ କରାଯାଇଥିଲା। ଆଜିର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବଡ଼କୋଦଣ୍ଡା ଜବାହର ହାଇସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଶିକ୍ଷା କର୍ମଚାରୀ ଉପସ୍ଥିତ ରହି ସମସ୍ତ ପ୍ରକାରର ସାହାଯ୍ୟ ଓ ସହଯୋଗ କରିଥିଲେ। ଶିକ୍ଷକ ପୂର୍ଣଚନ୍ଦ୍ର ସାହୁ ଓ ଶିକ୍ଷକ ସୁଧାଂଶୁ ଶେଖର ବେହେରା ସମସ୍ତ କାର୍ଯ୍ୟକ୍ରମର ତଦାରଖ କରିଥିଲେ।ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ