April 26, 2026

ରାଜ୍ୟରେ ଆସିଲା ନୂଆ ଅବକାରୀ ନୀତି : ବିଧାନସଭାରେ ଉପସ୍ଥାପନ କଲେ ଆଇନମନ୍ତ୍ରୀ

IMG-20260326-WA0021
Share

 

ରାଜ୍ୟରେ ଆସିଲା ନୂଆ ଅବକାରୀ ନୀତି । ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି, କିମ୍ବା ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ

 

 

ରାଜ୍ୟରେ ଆସିଲା ନୂଆ ଅବକାରୀ ନୀତି । ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି, କିମ୍ବା ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ । ଏହି ନୀତି ଅଧୀନରେ ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ କରାଯାଇଛି । ଏହା ମାଧ୍ୟମରେ ମଦକୁ ଏକ କ୍ଷତିକାରକ ପଦାର୍ଥ ଭାବେ ସ୍ଵୀକାର କରାଯାଇଛି ।

 

 

 

ଏହି ସେସ୍‌ରୁ ଆସୁଥ‌ିବା ଆୟ ମଡେଲ ଡି-ଆଡିକ୍ସନ କେନ୍ଦ୍ର ସ୍ଥାପନ ଓ ସୁଦୃଢ଼ କରିବାରେ ବ୍ୟୟ କରାଯିବ। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ ଏବଂ ଲାଇସେନ୍ସ ଶୁଳ୍କ ପ୍ରତି ବର୍ଷ ୧୦ ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧିପାଇବ । IMFL ଓ ଦେଶୀ ମଦ (CL) ଉପରେ ଅବକାରୀ ଶୁଳ୍କ ମଧ୍ୟ ବଢ଼ାଯାଇଛି। Minimum Guaranteed Quantity (MGQ) ପ୍ରଣାଳୀରୁ Minimum Guaranteed Excise Revenue (MGER) ପ୍ରଣାଳୀକୁ ଆଣାଯାଇଛି । ଏହା ଦ୍ବାରା ସରକାରୀ ରାଜସ୍ଵ ସୁରକ୍ଷିତ ହେବା ସହିତ ବ୍ୟବସାୟୀ ମାନଙ୍କୁ କେବଳ ପରିମାଣ ଲକ୍ଷ୍ୟ ପୂରଣ ପାଇଁ ବିକ୍ରି ବଢ଼ାଇବାର ଚାପ ହ୍ରାସ ପାଇବ ।

 

ଏହା “କୁଚିଆ” ବିକ୍ରୟ ପ୍ରଥାକୁ ରୋକିବାରେ ସହାୟକ ହେବ। ଏହି ନୀତି ଅନୁଯାୟୀ ରାଜ୍ୟରେ ନୂତନ OFF, CL କିମ୍ବା OS ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହିଁ। ଗ୍ରାମୀଣ ଅଞ୍ଚଳରେ ମଧ୍ୟ ନୂତନ ON ଦୋକାନ ଖୋଲିବା ନିମନ୍ତେ ଅନୁମୋଦନ ଦିଆଯିବ ନାହିଁ, କେବଳ ଶିଳ୍ପାଞ୍ଚଳର ୩-ତାରକା ଓ ତାହା ଠାରୁ ଉପର ହୋଟେଲ୍ ଓ କ୍ଲବ୍‌ରେ ଛାଡ଼ ରହିବ। ବଡ଼ କଥା ହେଉଛି ଧାର୍ମିକ ଓ ସାଂସ୍କୃତିକ ଭାବନାକୁ ସମ୍ମାନ ଦେଇ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବ ନାହିଁ। ଏହା ସହିତ ଘରକୁ ମଦ ପହଞ୍ଚାଇବାକୁ ମଧ୍ୟ ଅନୁମତି ଦିଆଯିବ ନାହିଁ। Out-Still (OS) ଉତ୍ପାଦନ ୟୁନିଟ୍ ଗୁଡ଼ିକୁ ଆଧୁନିକୀକରଣ, ଉନ୍ନତ ପ୍ୟାକେଜିଂ ଏବଂ ଗୁଣବତ୍ତା ନିୟନ୍ତ୍ରଣ ଯନ୍ତ୍ରପାତି ସ୍ଥାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । FSSAI ସାର୍ଟିଫିକେସନ୍ ଓ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପାଳନ ଅନିବାର୍ଯ୍ୟ କରାଯିବ ।

 

ନିର୍ଦ୍ଧାରିତ ସମୟ ସୀମାରେ ଆଧୁନିକୀକରଣ ସମ୍ପୂର୍ଣ୍ଣ କରୁଥିବା ୟୁନିଟ୍ ମାନଙ୍କୁ ପ୍ରୋତ୍ସାହନ ମଧ୍ୟ ଦିଆଯିବ। ସରକାର ENA ଗତିବିଧୂ ନିରୀକ୍ଷଣ ଓ ଉତ୍ପାଦନରୁ ବିକ୍ରୟ ପର୍ଯ୍ୟନ୍ତ ପ୍ରତ୍ୟେକ ବୋତଲକୁ ଟ୍ରାକ୍ କରିବା ପାଇଁ Track & Trace ପ୍ରଣାଳୀ ପ୍ରବର୍ତ୍ତନ କରିବାକୁ ସିଦ୍ଧାନ୍ତ ନେଇଛନ୍ତି । ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ ଗୁଡ଼ିକୁ CCTV ନିରୀକ୍ଷଣ ଅଧୀନରେ ଆଣାଯିବ ଏବଂ ଏହାକୁ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟ ଓ ସମ୍ପର୍କିତ ଜିଲ୍ଲା କାର୍ଯ୍ୟାଳୟ ସହ ସଂଯୋଜିତ କରାଯିବ। ଏହା ସହିତ ରାଜ୍ୟର ଅବକାରୀ ରାସାୟନିକ ପରୀକ୍ଷାଗାର ଗୁଡ଼ିକୁ ଆଧୁନିକ ପ୍ରଯୁକ୍ତି ଓ ପ୍ରଶିକ୍ଷିତ ମାନବ ସମ୍ବଳ ମାଧ୍ୟମରେ ସୁଦୃଢ଼ ଓ ଉନ୍ନତ କରାଯିବ।