April 23, 2026

ନନ୍ଦପୁରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର…. ୩୦ ଅଭିଯୋଗର ସମୀକ୍ଷା…

IMG-20260406-WA0061
Share

 

ନନ୍ଦପୁର,କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ କାର୍ଯ୍ୟାଳୟରେ ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭାଗୃହରେ ଆୟୋଜିତ ଏହି ଶିବିରରେ ବିଭିନ୍ନ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ। ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ୍, ଉପ ଜିଲ୍ଲାପାଳ (ଆପାତକାଳୀନ) ସୌରଞ୍ଜିତା ମାଝୀ, ପୁଲିସ ଅଧୀକ୍ଷକ ରୋହିତ ବର୍ମା, ସହାୟକ ଶିକ୍ଷା ଅଧିକାରୀ ଗଣେଶ୍ୱର କନ୍ୱର, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଶିବ ସାଇ ସ୍ୱରୂପ, ନନ୍ଦପୁର ଏସଡିପିଓ ଦେବେନ୍ଦ୍ର କୁମାର ମଲ୍ଲିକ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ କର୍ତୁଲ, ବିଡିଓ ଦୁର୍ଗା ପ୍ରସାଦ ଦୋରା ଓ ତହସିଲଦାର ଦେବବ୍ରତ ମହାରଣା ସହ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରରେ ମୋଟ ୩୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିରୁ ୫ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୨୫ଟି ସାମୁହିକ ଅଭିଯୋଗ ଥିଲା। ଅଭିଯୋଗଗୁଡ଼ିକୁ ଗୁରୁତ୍ୱ ସହକାରେ ଶୁଣିବା ପରେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ତୁରନ୍ତ ଏହାର ସମାଧାନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଉପାନ୍ତ ଖବର

You may have missed