ରାମନାଗୁଡା ବ୍ଲକ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଗୁଣପୁର/ ରାମନଗୁଡା/ ରାୟଗଡ:- (ସୁରେନ୍ଦ୍ର ମହାନ୍ତି ) ତା: ୨୭-୦୪-୨୦୨୬ରିଖ ଦିନ ରାମନଗୁଡା ବ୍ଲକ ସଭାଗୃହଠାରେଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ରାୟଗଡ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନଶୁଣାଣି ଶିବିରରେ, ଅତିରିକ୍ତ ଆରକ୍ଷୀ ଅଧିକାରୀ ଗୋସନାର ବାର୍ଲା, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ, ରାମନଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୪୨ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୩୫ଟି ବ୍ୟକ୍ତିଗତ ୦୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ଆଜି ମୋଟ ପାଞ୍ଚ ଜଣଙ୍କୁ ରେଡ଼କ୍ରସରୁ ୬୦୦୦୦ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ୦୬ଗୋଟି ଦରଖାସ୍ତର ତୁରନ୍ତ ଶୁଣାଣି କରି ଶିବିରରେ ଫଇସଲା କରାଯାଇଥିଲା । ଅନ୍ୟ ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ଭଜନଲାଲ ମାଝି, ଅବକାରୀ ନିରୀକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ, ଗୁଣପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, କନିଷ୍ଠ ମୋଟରଯାନ ନିରୀକ୍ଷକ ସଂଗ୍ରାମ ବେହେରା, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବ, ରାସ୍ତା ଓ କୋଠାବାଡ଼ି କନିଷ୍ଠ ଯନ୍ତ୍ରୀ ମାନସ ନାହାକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ରାମନଗୁଡା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ,ରାମନଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ଜିଲ୍ଲା ଅଭିଯୋଗ ଶୁଣାଣି ଅଧିକାରୀ ଶିବ ପ୍ରସାଦ ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।
