ଲମତାପୁଟରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ.

କୋରାପୁଟ ଜ଼ିଲ୍ଲା ସ୍ଥାନୀୟ ଲମତାପୁଟ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଦିନ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରହିତ ବର୍ମା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ପ୍ରତ୍ୟକ୍ଷ ଶୁଣାଣି କରିବା ସହ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୋଟ ୫୪ଟି ଅଭିଯୋଗ ମଧ୍ୟରୁ ୧୪ଗୋଟି ବ୍ୟକ୍ତଗତ, ୪୦ଟି ସାମୁହିକ ଅଭିଯୋଗ ଉପରେ ଶୁଣାଣି ହୋଇଥିଲା l ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ଉପ ଜିଲ୍ଲାପାଳ ପ୍ରେମ ଲାଲ ହିଆଲ ଏବଂ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଉପାନ୍ତ ଖବର
