July 6, 2026

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧ ଦିବସ ପାଳିତ : ପଡ଼ିଆବାହାଲରେ ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗିତା..

IMG-20260705-WA0050
Share

 

*ଯୁଯୋମୁରା/ସମ୍ବଲପୁର, ୦୫/୦୭:* ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧ ଦିବସ ଉପଲକ୍ଷେ ସାରା ଓଡ଼ିଶାରେ ବିଭିନ୍ନ ସ୍ମୃତିଚାରଣ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା ବେଳେ ସମ୍ବଲପୁର ଜିଲ୍ଲା ଯୁଯୋମୁରା ବ୍ଲକ ଅନ୍ତର୍ଗତ ପଡ଼ିଆବାହାଲ ସ୍ଥିତ ଦୟାନନ୍ଦ ପବ୍ଲିକ ବିଦ୍ୟାଳୟରେ ଏକ ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗିତା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଯୁଯୋମୁରା ପ୍ରତିନିଧି ହେମନ୍ତ ଭଈଂଷା ଏବଂ ରାଧାମୋହନ ଷଡ଼ଙ୍ଗୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଲକର ପ୍ରାୟ ୧୬ଟି ବିଦ୍ୟାଳୟର ୯୨ ଜଣ ଛାତ୍ରଛାତ୍ରୀ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମରେ ଡଃ ରାଜାରାମ ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ସମାଜ ପ୍ରତି ଅବଦାନ ଏବଂ ଛାତ୍ରଛାତ୍ରୀଙ୍କ ସାମାଜିକ କର୍ତ୍ତବ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ପରେ ସେ ପ୍ରତିଯୋଗିତାରେ କୃତୀ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରିଥିଲେ।ବିଦ୍ୟାଳୟର ଅଧ୍ୟକ୍ଷ ଗୌତମ ନାଗ ସଭାପତିତ୍ୱ କରିବା ସହ ଅତିଥି ପରିଚୟ ଓ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର କଳା ଶିକ୍ଷକ ଜଗଦିଶ ସାହୁ, କାର୍ଯ୍ୟକ୍ରମର ପ୍ରଭାରୀ ଜତିନ କୁମାର ପଟେଲ, ଶୁଭମ ନାୟକ, ସୁବ୍ରତା ପାଣିଗ୍ରାହୀ, ସୁଧାକର ପଧାନଙ୍କ ସମେତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।ସକାଳ ୮ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଚାଲିଥିବା ଏହି କାର୍ଯ୍ୟକ୍ରମରେ ପ୍ରବଳ ବର୍ଷା ସତ୍ତ୍ୱେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇଥିଲେ। ଶେଷରେ ସମସ୍ତଙ୍କ ପାଇଁ ଜଳଖିଆର ବ୍ୟବସ୍ଥା କରାଯାଇଥିଲା।

You may have missed