July 12, 2026

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା..

IMG-20260711-WA0055
Share

 

 

 

 

ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ର ବଉଳିଗୋଡ, ଗୋଡ଼ାସନ୍ତ୍ରି ଗ୍ରାମପଞ୍ଚାୟତ ର ଗୋଡାସନ୍ତ୍ରୀ , ଭକ୍ତପୂର୍ ସିମିଲିଛୁଇଁ,ଅରହଟ, ପୁରିକିଆ,ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଆକ୍ସେସ ଟୁ ଜଷ୍ଟିସ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି କର୍ମୀ ,କିଶୋରୀ ଙ୍କ ଉପସ୍ଥିିରେ ଜିଲ୍ଲା ରେ ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଶ୍ରୀମତୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ l