July 14, 2026

ନନ୍ଦପୁରରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

IMG-20260713-WA0059
Share

 

ନନ୍ଦପୁର, ତା. ୧୩.୦୭.୨୦୨୬: ସ୍ଥାନୀୟ ନନ୍ଦପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

 

ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ପ୍ରତ୍ୟକ୍ଷ ଶୁଣାଣି କରିଥିଲେ। ସେମାନେ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ।

 

ଶିବିରରେ ମୋଟ ୬୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଏବଂ ୪୨ଟି ସାମୂହିକ ଅଭିଯୋଗ ଥିଲା। ସେଥିମଧ୍ୟରୁ ୧୧ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।

 

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, କୋରାପୁଟ ଉପଜିଲ୍ଲାପାଳ ପ୍ରେମଲାଲ ହିଆଲ୍ ଏବଂ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଉପାନ୍ତ ଖବର