ଗୋକୋଳପୁରରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଖୋର୍ଦ୍ଧା:(ପ୍ରିୟଙ୍କା ମହାପାତ୍ର) ଟାଙ୍ଗୀ ଥାନା ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତର ଗୋକୋଳପୁର ଗ୍ରାମ ନିକଟରେ ଥିବା ଏକ ବରଗଛରୁ ଗତକାଲି ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲା ପୋଲିସ। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।ତେବେ ଘଟଣାକୁ ନେଇ ମୃତକଙ୍କ ପରିବାର ଲୋକେ ଏହା ଆତ୍ମହତ୍ୟା ନୁହେଁ, ବରଂ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି।
