July 31, 2026

ପିତୃମାତୃହୀନ ଏବଂ ଏକକ ଅବିଭାବକ ଶିଶୁଙ୍କ ଉପଯୁକ୍ତ ଥଇଥାନ ନିମନ୍ତେ କୋରାପୁଟ ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର କ୍ୟାମ୍ପ

IMG-20260730-WA0041
Share

 

କୋରାପୁଟ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ ମହାଜନଙ୍କ ତତ୍ତ୍ୱବଧାନରେ ଆଜି ଲମତାପୁଟ ବ୍ଲକର ମିଶନଶକ୍ତି ଗୃହ ପରିସରରେ ପିତୃମାତୃହୀନ ଏବଂ ଏକକ ଅବିଭାବକ ଶିଶୁଙ୍କ ଉପଯୁକ୍ତ ଥଇଥାନ ନିମନ୍ତେ ସ୍ୱତନ୍ତ୍ର କ୍ୟାମ୍ପର ଆୟୋଜନ କରାଯାଇଥିଲା | ଉକ୍ତ କ୍ୟାମ୍ପରେ ମୋଟ 117 ଜଣ ସୁରକ୍ଷା ଏବଂ ଯତ୍ନ ଆବଶ୍ୟକ କରୁଥିବା ଶିଶୁଙ୍କୁ ଜିଲ୍ଲା ଶିଶୁ ମଙ୍ଗଳ ସମିତି ନିକଟରେ ଉପସ୍ଥାପନା କରାଯାଇଥିଲା | ଶିଶୁମଙ୍ଗଳ ସମିତିର ତଦନ୍ତ ସମାପ୍ତ ପରେ ସେହି ଶିଶୁମାନଙ୍କୁ ସରକାରଙ୍କ ବିଭିନ୍ନ କଲ୍ୟାଣ ମୂଳକ ଯୋଜନାରେ ସାମିଲ କରାଯାଇ ସମାଜର ମୁଖ୍ୟ ସ୍ରୋତ ରେ ସାମିଲ କରି ସେମାନଙ୍କ ସର୍ବାଙ୍ଗୀନ ବିକାଶକୁ ସୁନିଶ୍ଚିତ କରାଯିବ | କୋରାପୁଟ ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, କୋରାପୁଟ ଏବଂ ICDS, ଲମତାପୁଟର ମିଳିତ ଆନୁକୂଲ୍ୟରେ ଉକ୍ତ କ୍ୟାମ୍ପର ଆୟୋଜନ କରାଯାଇଥିଲା | ଜିଲ୍ଲା ଶିଶୁ ମଙ୍ଗଳ ସମିତିର ଅଧକ୍ଷା ଡା. ଗାୟତ୍ରୀ ଦେବୀ ଏବଂ ସଦସ୍ୟା ଶ୍ରୀମତୀ ସୁସ୍ମିତା ରଥ ଏବଂ ଶ୍ରୀମତୀ ଶିବାନୀ ପାତ୍ର ଉପସ୍ଥିତ ରହି ଶିଶୁ ମାନଙ୍କ ଉପସ୍ଥାପନା ନେଇଥିଲେ | ICDS Supervisors, ଜିଲ୍ଲାଶିଶୁ ସୁରକ୍ଷା ୟୁନିଟର କର୍ମକତ୍ତା, Child Help Line ର କର୍ମକର୍ତ୍ତା ଏବଂ ଅଙ୍ଗନବାଡି କର୍ମୀ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଲନାରେ ସହଯୋଗ କରିଥିଲେ |କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଉପାନ୍ତ ଖବର

You may have missed