September 6, 2026

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କୋତିଆଁ ରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ

IMG-20260905-WA0039
Share

 

 

ତିର୍ତୋଲ

( ରଞ୍ଜନ କୁମାର ମଲ୍ଲିକ ଙ୍କ ରିପୋର୍ଟ )

 

ଜଗତସିଂହପୁର ଜିଲ୍ଲାର

ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କୋତିଆଁ ରେ ଆଜି ଗୁରୁଦିବସରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ସମାରୋହ ପାଳିତ ହୋଇଯାଇଛି । ଏହି ଅବସର ରେ ବିଦ୍ୟାଳୟରୁ ଅବସର ଗ୍ରହଣ କରିଥିବା ପୂର୍ବତନ ପ୍ରଧାନଶିକ୍ଷୟିତ୍ରୀ କ୍ରିଷ୍ଣା କୁମାରୀ ଦେଇ, ଶ୍ରୀମତୀ ରେଣୁବାଳା ମହାପାତ୍ର, ପୁର୍ବତନ ସି.ଆର.ସି.ସି. ଶ୍ରୀଯୁକ୍ତ ପ୍ରଦୀପ କୁମାର ରଥ, ପୂର୍ବତନ ଶିକ୍ଷକ ଶ୍ରୀଯୁକ୍ତ ନିରଞ୍ଜନ ଆଚାର୍ଯ୍ୟ ଏବଂ ସ୍ଥାନୀୟ ଶିକ୍ଷକ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଅତିଥିଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ଉପହାର ଦେଇ ସ୍ବାଗତ କରିବା ପରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ତୃପ୍ତିମୟୀ ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବକ୍ତୃତା ଓ ସଙ୍ଗୀତ ପରିବେଷଣ ହୋଇଥିଲା । ଅତିଥି ମାନେ ନିଜ ଶିକ୍ଷକ ଜୀବନର ଅଭିଜ୍ଞତାରୁ ଛାତ୍ରଛାତ୍ରୀଙ୍କୁ ବହୁମୂଲ୍ୟ ପରାମର୍ଶ ଦେବା ସହିତ ଜୀବନରେ ଶୃଙ୍ଖଳା ଓ ପରିଶ୍ରମ ହିଁ ସଫଳ ହେବାରେ ସହଯୋଗ ପାଇଁ ଏକାନ୍ତ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଶିକ୍ଷକ ଶ୍ରୀ ପ୍ରଦୀପ କୁମାର ପାତ୍ର, ଶ୍ରୀମତୀ ପ୍ରମୋଦିନୀ ପ୍ରଧାନ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ । କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ଦୀପକ କୁମାର ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ।