ଗଜପତି:- ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟର ଅଡିଟୋରିୟମ୍ ହଲ ଠାରେ ଆଜି ଗୁରୁ ପୂଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଗୁରୁଦିବସ ତଥା ଗୁରୁ ପୂଜନ କାର୍ଯ୍ୟକ୍ରମ ସମେତ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଟନ୍ ଙ୍କ ୧୩୯ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଏହି ଅବସରରେ ଶିକ୍ଷାର ମାନଦଣ୍ଡ ବୃଦ୍ଧି କରିବାରେ ଗୁରୁମାନଙ୍କ ଭୂମିକା ସହ ଗୁଣାତ୍ମକ ଶିକ୍ଷା ପ୍ରଦାନ ଓ ଗ୍ରହଣ କ୍ଷେତ୍ରରେ ଗୁରୁ ଓ ଛାତ୍ର ଛାତ୍ରୀଙ୍କ ଆନ୍ତରିକ ସହଯୋଗ ସମ୍ପର୍କରେ ଆଲୋଚନା କରାଯାଇଥିଲା ।
ରଶ୍ମିତା କୁମାରୀ ନନ୍ଦ ଏବଂ ମଧୁସ୍ମିତା ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାଯ୍ୟକ୍ରମରେ ସେବାନିବୃତ୍ତ ଶିକ୍ଷକ ବିଚିତ୍ରାନନ୍ଦ ବେବର୍ତ୍ତୀ, ଗୋପାଳକୃଷ୍ଣ ନାୟକ, ବିଜୟଲକ୍ଷ୍ମୀ ସାହୁ, ଲଳିତ ନାୟକ, ରାମକୃଷ୍ଣ ଗନ୍ତାୟତ, ବରିଷ୍ଠ ସାମ୍ବାଦିକ ଭାଗବତ ପାତ଼ୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରା ଯାଇଥିଲା । ଗୁରୁ ଶିକ୍ଷ୍ୟର ପବିତ୍ର ପରମ୍ପରାକୁ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ମାନେ ମନେ ପକେଇଥିଲେ । ଶେଷରେ ବରିଷ୍ଠ ଶିକ୍ଷୟତ୍ରୀ ଶୁଭଲକ୍ଷ୍ମୀ ଦାସ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭାଶେଷରେ ଛାତ୍ରଛାତ୍ରୀ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ପରିବେଷଣ ଓ ସଙ୍ଗୀତ ଗାନ କରିଥିଲେ।
—————————————–:
ଗଣେଶ କୁମାର ରାଜୁ
ପାରଳାଖେମୁଣ୍ଡି(ଗଜପତି)
——————————————–
