September 23, 2026

ସିମର ବସଷ୍ଟାଣ୍ଡ ନିକଟରୁ ୨୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

IMG-20260923-WA0060
Share

ଖୋର୍ଦ୍ଧା-( ପ୍ରିୟଙ୍କା ମହାପାତ୍ର)

ଖୋର୍ଦ୍ଧାରେ ଅବକାରୀ ବିଭାଗର ବଡ଼ ଚଢ଼ାଉ। ବାଘମାରୀ–କଳାପଥର ରାସ୍ତାର ସିମର ବସଷ୍ଟାଣ୍ଡ ନିକଟରେ ଚଢ଼ାଉ କରି ୨୨ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ। ଏହି ଘଟଣାରେ ଦୀପକ ଜେନାଙ୍କୁ ଗିରଫ କରାଯାଇଛି।ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଗଞ୍ଜେଇ ଜବତ ପରେ ଅଭିଯୁକ୍ତଙ୍କ ବିରୋଧରେ ଆଇନଗତ ପଦକ୍ଷେପ ନିଆଯାଇଛି। ଗଞ୍ଜେଇ କେଉଁଠାରୁ ଆସିଥିଲା ଏବଂ କେଉଁଠାକୁ ଚାଲାଣ ହେଉଥିଲା, ସେନେଇ ତଦନ୍ତ ଜାରି ରହିଛି।