September 28, 2026

ଚିଲିକାର ବନ୍ୟାଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

IMG-20260928-WA0011
Share

 

 

ଖୋର୍ଦ୍ଧା-( ପ୍ରିୟଙ୍କା ମହାପାତ୍ର)ଚିଲିକା ବ୍ଲକର ଜରିପଡ଼ା ଓ ସୋରଣ ଗ୍ରାମପଞ୍ଚାୟତର ବିଭିନ୍ନ ବନ୍ୟାଞ୍ଚଳ ପରିଦର୍ଶନ କଲେ ଓଡ଼ିଶା ସରକାରଙ୍କ ଆଇନ ଓ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏହି ଅବସରରେ ସେ ବନ୍ୟା ପ୍ରଭାବିତ ଅଞ୍ଚଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସୁବିଧା ଓ ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ।

ବନ୍ୟା ଯୋଗୁଁ ଲୋକମାନେ ସମ୍ମୁଖୀନ ହେଉଥିବା ସମସ୍ୟା, ଯାତାୟାତ ଓ ଅନ୍ୟାନ୍ୟ ମୌଳିକ ସୁବିଧା ସମ୍ପର୍କରେ ମନ୍ତ୍ରୀ ଅବଗତ ହୋଇଥିଲେ। ପ୍ରଭାବିତ ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ସେ ଗୁରୁତ୍ୱ ଦେଇଥିଲେ।