ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ରେ ଏଡ଼ସ ସଚେତନତା କାର୍ଯ୍ୟକ୍ରମ
ବେଲଗୁଣ୍ଠା,୯/୧୦, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷେତ୍ରୀୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ରେ ଯୁବ ରେଡକ୍ରସ୍ ଏବଂ ରେଡ ରିବନ କ୍ଳବ୍ ତରଫରୁ ଏଡ଼ସ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡଃ ଗିରୀଧର ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଏଡ଼ସ ପ୍ରତିରୋଧ ଓ ନିୟନ୍ତ୍ରଣ ୟୁନିଟ୍ ଭୁବନେଶ୍ୱର ଏବଂ ସ୍ବାସ୍ଥ୍ୟ ସମିତିର ମିଳିତ ଉଦ୍ୟମରେ ଗୋବରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଆଇ ସି ଟି ସି କାଉନସିଲର ଅର୍ଚ୍ଚନା ପ୍ରଧାନ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଏଡ଼ସ ର ଭୟାବହତା ଏବଂ ପ୍ରତିକାର ପାଇଁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ।ସମ୍ମାନିତ ଅତିଥି ଭାବେ ଡଃ ଇ ରବିନାରାୟଣ ପାତ୍ର ଯୋଗଦେଇ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀମାନଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଯୁବ ରେଡକ୍ରସ୍ ପରାମର୍ଶଦାତା ଡ଼ଃ ସଂଜୀବ କୁମାର ଦାସ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ କର୍ମଚାରୀ ପରିଚାଳନା ରେ ସହଯୋଗ କରିଥିଲେ।ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ
