November 2, 2026

ଗଜପତି:- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

IMG-20261102-WA0080
Share

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାଇ ମୀନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ପ୍ରମୁଖ ଅଭିଯୋଗ ଶୁଣାଣୀ କରିଥିଲେ।

ଆଜିର ଏହି ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମରେ ମୋଟ- ୫୯ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୩ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା – ୧୬ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳସେଚନ , ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ, ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

——————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି(ଗଜପତି)

——————————————-

You may have missed